ଦୈନିକ ରାଶିଫଳ: 22 ଡିସେମ୍ବର 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ବିଦ୍ୟାରେ ଉନ୍ନତି ହେବ। ସାଧାରଣ ଦିନଚର୍ଯ୍ୟ।ରେ ଅତୁଟ ରହିଲେମଧ୍ୟ ଉଦରପୀଡା ଓ ଚକ୍ଷୁପୀଡାରେ ପ୍ରଭାବିତ ହୋଇ ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସହକର୍ମୀ ମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ଅଧିକ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ଆର୍ଥିକ ଉନ୍ନତି ଯୋଗୁ ଗୃହର ବାତାବରଣ ଶାନ୍ତ ରହିବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ସାମାଜିକ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ଶତ୍ରୁନାଶ ହୋଇ ଧନପ୍ରାପ୍ତି ହେବ। କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ ଓ ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ପଦୋନ୍ନତି ମିଳିବାର ରାସ୍ତା ସଫା ହୋଇଯିବ। ଅର୍ଥବ୍ୟବସ୍ଥା ପୂର୍ଣ୍ଣ ରୂପରେ ସଞ୍ଚାଳିତ ହେବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଅର୍ଥ ଆଦାନପ୍ରଦାନରେ ବିଶେଷ ଲାଭବାନ୍ ହେବେ। ପୂର୍ବଋଣ ପରିଶୋଧ କରିବାପାଇଁ ସାମର୍ଥ୍ୟ ହେବେ। ଅନେକଦିଗରୁ ଧନାଗମ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଶାରିରୀକ ସୁସ୍ଥତା ଦେଖା ଦେବାସହ ସାସାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ବ୍ୟବସାୟରେ ଉନ୍ନତି ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ପରିବହନ ଓ ଯାନବାହାନ ବ୍ୟବସାୟରେ ଅଧିକ ଲାଭବାନ ହେବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପ୍ରେମକ୍ଷେତ୍ରରେ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶାରୀରିକ କଷ୍ଟ ଦୂର ହୋଇ ସ୍ୱାସ୍ଥ୍ୟ ଭଲ ରହିବ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନକରିବା ସହ ଧନସମ୍ପଦରେ ଅଭିବୃଦ୍ଧି ଘଟିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ବ୍ୟୟ ହ୍ରାସ ପାଇବା ସହ ପ୍ରଚୁର ଅର୍ଥଲାଭ ଯୋଗ ରହିଛି। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!