ଦୈନିକ ରାଶିଫଳ: 22 ନଭେମ୍ବର 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ।ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଆସିବ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଆୟବୃଦ୍ଧି ହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶୁଭ ସମାଚାର ମିଳିପାରେ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡି ପାରେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମନରେଥିବା କାମନା ପୂର୍ଣ୍ଣ ହେବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ୍ୟା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରି ବାକୁ ପଡିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଚିହ୍ନାଜଣା ବ୍ୟକ୍ତିକୁ ଅନ୍ଧଭାବରେ ବିଶ୍ୱାସକଲେ ଧୋକା ଖାଇବେ। ପିଲାମାନଙ୍କ କାର୍ଯ୍ୟପ୍ରତି ଦୃଷ୍ଟିରଖିବା ଉଚିତ୍। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସାବଧାନତା ଅବଲମ୍ବନ ନ କଲେ ଧନ ହାନି ହେବ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ। ବିଦ୍ୟୁତ୍, ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ମନଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗହେବ। ନୂତନ ଦ୍ରବ୍ୟ କ୍ରୟ ନକରିବା ଉଚିତ୍। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ନୂତନ ଜ୍ଞାନର ବୃଦ୍ଧି ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ରାଜନୀତିରେ କ୍ଷମତା ଶକ୍ତି ବଳରେ ନିଜର ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଖେଳ, କୁଦ, ପ୍ରତିଯୋଗିତା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ପରୋପକାର କାର୍ଯ୍ୟରେ ବିଶେଷ ରୁଚି ବଢ଼ିବ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ସାମାଜିକ ଦାୟିତ୍ୱ ବୃଦ୍ଧି ପାଇବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ ସାମାନ୍ୟ ଲାଭ। କର୍ମରେ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:- ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ସାମାଜିକ କ୍ଷେତ୍ର ପ୍ରେରଣା ଓ ଉତ୍ସାହ ଦାୟକ ହେବ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ଦୂରଯାତ୍ରାର ସୁଯୋଗ ପାଇବେ। ସମସ୍ତ ଚିନ୍ତାରୁ ମୁକ୍ତି ହୋଇ ମାନସିକ ଶାନ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ଯାତ୍ରାଫଳରେ ଉତ୍ସାହିତ ହେବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ବକେୟା ଅର୍ଥ କିଛି ମିଳିବ। ଅଧୁରା କାର୍ଯ୍ୟ ପୂରଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର-କଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କୁମ୍ଭ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବା ଫଳରେ କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

ମୀନ:-ଶତୃମାନେ ଷଡ଼ଯନ୍ତ୍ର କରି ଅପଦସ୍ତ ହେବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ନାନା ସମସ୍ୟାର ସମ୍ମୁଖୀନ ହେବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!