ଦୈନିକ ରାଶିଫଳ: 22 ଫେବୃୟାରି 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିକ୍ଷାକ୍ଷେତ୍ରରେ ଉତ୍ସାହ ବଢ଼ିବ। ବ୍ୟବସାୟୀ ମାନଙ୍କର ଉଧାର ଦେଇଥିବା ଟଙ୍କା ମିଳିଯିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ସହ ଦଇତ୍ଵ ବଢିଯିବ। ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ। ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଋଣ ଭରଣାରେ ସହଜ ହେବ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା କିମ୍ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ସାଧାରଣ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବା ସହ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରଙ୍କର ସହଯୋଗରେ ସୁଖ ସମୃଦ୍ଧି ବୃଦ୍ଧି ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ବ୍ୟବସାୟରେ ଆଶାତୀତ ଲାଭପାଇ ମନ ଖୁସି ରହିବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଶୁଭକାମ କରି ପ୍ରଶଂସିତ ହେବେ। ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ବିଦ୍ୟାର୍ଥୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଆପ୍ରାଣ ଚେଷ୍ଟା ଜାରି ରଖିବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ପାରିବାରିକ କ୍ଷେତ୍ରରେ ସକ୍ରିୟ ହେଲେ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନେ ଉନ୍ନତିପାଇଁ ଚେଷ୍ଟା କରିବେ ଓ ଉଚ୍ଚସମ୍ପର୍କରୁ ପ୍ରଶଂସିତ ହେବେ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ଭୁଲ ବୁଝାମଣାରୁ ବିବାଦୀୟ କ୍ଷେତ୍ରରେ ପ୍ରବେଶ କରି ପୀଡା ଭୋଗି ପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସାଙ୍ଗ ସାଥି ଭାଗିଦାରମାନଙ୍କ ପାଇଁ ଅନେକ ସୁବିଧା ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ଶତୃମାନେ ପରାଜିତ ହେବେ। ସମୟ ଅନୁକୂଳ ହେବା ଦ୍ଵାରା ଦିନଟି ଆନନ୍ଦରେ କଟେଇ ପାରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। କଳା, ସାହିତ୍ୟରେ ସମସ୍ୟା ଦୂର ହେବ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ। ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କଲେ ଆକସ୍ମିକ ଧନ ଲାଭ ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ ନିଜକୁ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଶତୃମାନଙ୍କୁ ମୁକାବିଲା କରି ପାରିବେ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ ଓ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ବିରୋଧୀମାନେ ପରାସ୍ତ ହେବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ପ୍ରତି ସତର୍କ ରହିଲେ ସମସ୍ୟାର ସମାଧାନ କରି ଅଚାନକ ଧନଲାଭ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!