ଦୈନିକ ରାଶିଫଳ: 22 ଫେବୃୟାରୀ 2025, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ପଢ଼ାପଢ଼ିରେ ମନଯୋଗ ଦେଇ ଉଚ୍ଚଶିକ୍ଷା ପାଇଁ ଅଗ୍ରହିହେବେ। ଭଲମନ୍ଦ ବିଚାର କରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ଛାତ୍ର ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତିହେବ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସରକାରୀ କାମରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

କର୍କଟ:-ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପାରିବାରିକ ଅଶାନ୍ତି ଦୂର ହେବ ଓ ଦାମ୍ପତ୍ୟ ସୁଖ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କାର୍ଯ୍ୟଆଳୟରେ ଆଲୋଚନା ସରଗରମ ହୋଇପାରେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ସୁନାମ ଅର୍ଜନ କରିବେ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଯାନ ବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ। ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଲାଭବାନ ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ଓ ବକେୟା ଅର୍ଥ କିଛି ଆଦାୟ ହେବ। ପାରିବାରିକସ୍ତର ହସ ଖୁସିରେ କଟିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ। ହଠାତ୍ ଆବଶ୍ୟକତା ପୂରଣ ଦିଗରେ ଖର୍ଚ୍ଚାନ୍ତ ହେବେ। କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ମୁଣ୍ଡଟେକି ପାରନ୍ତି। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ସାମାଜିକସ୍ଥିତି ମଜଭୁତହେବ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ ଓ ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ ଓ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ଆନନ୍ଦିତ ହେବେ ଓ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରତିକାର-ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଆୟ ଉପାର୍ଜ୍ଜନର ବୃଦ୍ଧି, ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟରେ ସଫଳ ହୋଇ ପାରିବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-ଶାରିରୀକ ସୁସ୍ଥତା ଦେଖା ଦେବାସହ ମାନସିକ ଶାନ୍ତି ଅନୁଭବ କରିବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ବ୍ୟବସାୟୀ ମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଜମି ଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। ଶିକ୍ଷାକ୍ଷେତ୍ରରେ ଯଶର ସହ ଉତ୍ତୀର୍ଣ୍ଣ ହେବେ ଓ ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି ପାଇବ। ବିଦ୍ୟାର୍ଥୀଙ୍କର କେତେକ ସମସ୍ୟାର ସମାଧାନ ହୋଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇ ପାରିବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ନୂତନ ବନ୍ଧୁ ଭେଟ ହେବେ ଓ ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ଜୀବନସାଥିଙ୍କ ସହ ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!