ଦୈନିକ ରାଶିଫଳ: 22 ମଇ 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ। ବ୍ୟବସାୟକ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତିରେ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଛାତ୍ର-ଛାତ୍ରୀମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର-ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ବ୍ୟବସାୟକ୍ଷେତ୍ରରେ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କର୍ମକ୍ଷେତ୍ରରେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ବନ୍ଧୁକୁଟୁମ୍ବଙ୍କ ପକ୍ଷରୁ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କର୍କଟ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧି କାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ବ୍ୟବସାୟରେ ଆଶାତୀତ ଲାଭକରି ଖୁସିହେବେ। ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇପାରେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। କର୍ମକ୍ଷେତ୍ରଟି ସୁଦୃଢ ହେବ। ପ୍ରମୋଶନ ସୂଚନାପାଇ ଖୁସି ହେବେ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟକ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ ଓ ସୁରକ୍ଷିତ ରହିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନକର୍ମପ୍ରାପ୍ତିର ସୂଚନା ପାଇବେ। ବ୍ୟବସାୟକ୍ଷେତ୍ରରେ ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପରିବାରର ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। କର୍ତ୍ତବ୍ୟ ନିଷ୍ଠାରୁ ଯଶ- ପ୍ରଶଂସାର ଅଧିକାରୀ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ସାମାଜିକ କାର୍ଯ୍ୟରେ ରତ ହେଲେ ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। କିଣା ବିକା ବା କମିଶିନ୍ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଦାମ୍ପତ୍ୟ କଳହ ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବକେୟା ଅର୍ଥ କିଛି ମିଳିବ। ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। କର୍ମସଂଧାନୀ ମାନେ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

କୁମ୍ଭ:-ବ୍ୟବସାୟକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। କର୍ମ କ୍ଷେତ୍ରରେ ମାନ-ସମ୍ମାନ ବୃଦ୍ଧି ହେବ। କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ପାରିବାରିକକ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ଆସ୍ଵାଦନ କରିବେ। ଯୁବକଯୁବତୀ ମାନଙ୍କର ଆୟରସ୍ରୋତ ବୃଦ୍ଧିହେବ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

ମୀନ:-ତଳ ମହଲରୁ ଆଶାତୀତ ଲାଭ ପାଇବେ। ବିଦ୍ୟାରେ ଉନ୍ନତି କରିବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ବଢିବ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ସ୍ଥାୟି ରୋଗୀମାନେ ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!