ଦୈନିକ ରାଶିଫଳ: 22 ମଇ 2025, ମା’ ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି 4 ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଆଗାମୀ ଯୋଜନା ପାଇଁ ପ୍ରସ୍ତୁତ ହେବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଛାତ୍ରଛାତ୍ରୀ ମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଜମି, ଜମା, ଘରବାଡ଼ି ନେଇଥିବା ଦ୍ଵନ୍ଦ ସମାଧାନ ହୋଇ ଯିବ। ନୂତନ ବ୍ୟବସାୟ ଆରମ୍ଭ, ନୂତନ ସଂସ୍ଥାର ଆୟୋଜନ କରି ପାରନ୍ତି। ବ୍ୟବସାୟୀକ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଆଶାତୀତ ଧନ ପ୍ରାପ୍ତ ହେବ। ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପରିବାରରେ ସୁଖଭୋଗ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତିରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପାରିବାରିକ କ୍ଷେତ୍ରର ବ୍ୟସ୍ତତା ନେଇ ସୁଖଶାନ୍ତି ଦୂରେଇ ଯିବ। ପ୍ରେମିକ ପ୍ରେମିକାମାନଙ୍କର ମତାନ୍ତର ମନାନ୍ତର ଦେଖାଦେଇ ପାରେ। ଭଲ ଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ବାଧ୍ୟ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ସଫଳତା ମିଳିବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ବିରୋଧୀମାନେ ହଇରାଣ ହେବେ। ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପିଲାମାନେ ପରୀକ୍ଷାରେ ସଫଳତା ଲାଭ କରିବେ। କର୍ମକ୍ଷେତ୍ରରେ ନୂତନ ସମ୍ବନ୍ଧ ସୃଷ୍ଟିହେବ। କୌଣସି ଆୟୋଜନ ମଧ୍ୟ କରେଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ସମୟ ଅନୁକୂଳ ଯୋଗେ କାର୍ଯ୍ୟ ପୁରଣରେ ସହଜ ସରଳ ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ପ୍ରେମିକ ପ୍ରେମିକା ମାନେ ନିନ୍ଦିତ ଓ ଅପମାନିତ ହୋଇ ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନ ବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ନୂଆ କାମ କିଛି ଆରମ୍ଭ କରିଲେ ସଫଳତା ମିଳିବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କାର୍ଯ୍ୟକ୍ଷେତ୍ରରେ ଉନ୍ନତି କରିପାରିବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

ଧନୁ:-ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ।ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ଘଟଣାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ବୁଝାମଣା ଠିକ୍ ରହିବ ଓ ଆୟ ଉପାର୍ଜନ ବୃଦ୍ଧି ହେବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ସନ୍ତାନ ସମ୍ପର୍କୀୟ ଦୁଶ୍ଚିନ୍ତା ଦେଖା ଦେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ଅନୁତାପ କରି ପାରନ୍ତି। ବାଣିଜ୍ୟ ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସାମାଜିକ ପତିଆରା ଅମଳିନ ରହିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇ ପାରେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ପ୍ରତି ସତର୍କ ରହିଲେ ସମସ୍ୟାର ସମାଧାନ କରି ଅଚାନକ ଧନଲାଭ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!