ଦୈନିକ ରାଶିଫଳ: 22 ମାର୍ଚ୍ଚ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବରିଷ୍ଠ ସମାଜସେବୀ, ନେତୃସ୍ଥାନିୟବ୍ୟକ୍ତି, ବରିଷ୍ଠ ରାଜନେତା ମାନେ ଶୁଭ ସମାଚାର ପାଇ ଖୁସି ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କଠିନ ପରିଶ୍ରମ କରି ହସ ଖୁସିରେ ଚଳିବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ଋଣ ଭରଣାରେ କଷ୍ଟ ହେବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଜନ ସମର୍ଥନ ପାଇ ସଫଳ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ସ୍ଥାଇ ରୋଗୀମାନେ ସାବଧାନ ନ ରହିଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପାରିବାରିକ ସମସ୍ୟା ଗୁଡିକୁ ସୁଧାରୀ ନେବା ଉଚିତ୍। ଆଶା କରିଥିବା କାର୍ଯ୍ୟଟି ପାଇଁ ସଙ୍ଘର୍ଷରତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ସୁଯୋଗ ହାତପାହାନ୍ତାରେ ପହଞ୍ଚିବା ଯୋଗେ ପାରିବାରିକ ଜୀବନ ଆନନ୍ଦମୟ ହେବ। ବ୍ୟବସାୟୀମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସୁଖ ଶାନ୍ତିରେ ଦିନଟି କଟାଇବେ। ଅଧସ୍ତନ କର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ସନ୍ତାନ ସୁଖରେ ସୁଖୀ ହେବେ। ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ରାଜନେତା ମାନେ ଜନ ସମର୍ଥନ ପାଇ ସଫଳ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ କର୍ମଚାରୀମାନେ ବେସୀ ଉପକୃତ ହେବେ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ସମାଜସେବା କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ ବଂର ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ କଠିନ ପରିଶ୍ରମ କରି ଶାରିରୀକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ରାଜନେତା ମାନଙ୍କର ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇ ଯିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନହେବ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେବ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇ ପାରେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ବିଭାଗିୟ ଅଧିକାରୀ କିମ୍ବା ସହକର୍ମୀଙ୍କସହ ମଧୁର ସମ୍ପର୍କ ସ୍ଥାପନ ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ବିଦ୍ୟାର୍ଥୀମାନଙ୍କର ବାରମ୍ବାର ମନଉଚ୍ଚାଟ ରହିଲେ ମଧ୍ୟ ଶିକ୍ଷାକ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଅନେକଅର୍ଥ ପାରିବାରିକ କ୍ଷେତ୍ରରେ ଆତ୍ମୀୟମାନଙ୍କ ରୋଗ ନିବୃତ୍ତି ପାଇଁ ଖର୍ଚ୍ଚ ହୋଇ ଯିବ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ବେପରୁଆ କାର୍ଯ୍ୟକଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!