ମେଷ:-କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। କାର୍ଯ୍ୟ କ୍ଷେତ୍ରରେ ଅବହେଳା କରନ୍ତୁ ନାହିଁ କି ଛୋଟ ଛୋଟ ଜିନିଷକୁ ଅବହେଳା କରନ୍ତୁ ନାହିଁ। ପିଲାମାନଙ୍କ ଆଚରଣରେ ଅତିଷ୍ଟ ହେବାର ସମ୍ଭାବନା ଅଛି। ହୃଦୟ ରୋଗୀମାନେ ସେମାନଙ୍କର ଯତ୍ନ ନେବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ଦୂରଯାତ୍ରାରେ ସଫଳ ହେବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ରାଜନୀତି କାର୍ଯ୍ୟରେ ସଫଳତା ମିଳିବ। ପ୍ରଶାସନ ସହିତ ଜଡିତ ଲୋକମାନେ ଉଚ୍ଚ ପଦପଦବୀ ପାଇପାରିବେ। ନୂତନ ଆୟର ଉତ୍ସ ବିକାଶ ହେବ। ଲୋକମାନେ ଆପଣଙ୍କ ଆଚରଣରେ ବହୁତ ଖୁସି ହେବେ। ବ୍ୟାଙ୍କ ବାଲାନ୍ସରେ ଏକ ମହତ୍ତ୍ୱପୂର୍ଣ୍ଣ ବୃଦ୍ଧି ଘଟିବ। ଦୈନଦିନ କାର୍ଯ୍ୟ ସହଜ ସରଳରେ ହେବାସହ ସୃଜନଶୀଳ କାର୍ଯ୍ୟରେ ଆଗ୍ରହ ବୃଦ୍ଧିପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-ଶତୃଙ୍କଠାରୁ ଭଲ ଖବର ପାଇବେ। ଦୂରସ୍ଥାନକୁ ଯାତ୍ରା କରିବେ। ମଉଜ ମସ୍ତିରେ ସମୟ କଟିପାରେ। ଛାତ୍ର ଛାତ୍ରୀମାନେ କିଛି ନୂଆ ଶିଖିବା ପାଇଁ ବହୁତ ଖାଲି ସମୟ ପାଇବେ। ବିବାଦର ସମାଧାନ ପାଇଁ ଦିନଟି ବହୁତ ଭଲ। ନିଜର କାର୍ଯ୍ୟକଳାପରେ ଉନ୍ନତି ହେବାର ସମ୍ଭାବନା ଅଛି। ଟଙ୍କା କାରବାରରେ ଥିବା ବାଧା ଦୂର ହେବ। ବ୍ୟବସାୟ ଅଭିବୃଦ୍ଧି ପାଇଁ ଋଣ ନେଇ ପାରିବେ।ନୂତନ ପ୍ରକଳ୍ପ ପାଇଁ ଯୋଜନା କରିପାରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ସିଂହ:-ଅଧିକ ପରିଶ୍ରମ କରିବା ଫଳରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ ଓ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଆପଣ ଲୋକଙ୍କ ଉନ୍ନତି ବିଷୟରେ ଚିନ୍ତା କରିବେ କିନ୍ତୁ ସେମାନେ ଆପଣଙ୍କୁ ଅସମ୍ମାନ କରିପାରନ୍ତି। ପ୍ରତିକାର-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-ଶରୀର ସୁସ୍ଥ ରହିବ ଓ ସମ୍ପତ୍ତି କ୍ରୟ କରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇ ଯିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଚେଷ୍ଟା କଲେ ନୂତନ କର୍ମ ନିଯୁକ୍ତି ପାଇ ପାରିବେ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ତୁଳା:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ପୁରୁଣା ରୋଗରୁ ସାମାନ୍ୟ ଉପସମ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-ଯୋଗାଯୋଗର ବୃତ୍ତ ବହୁତ ପ୍ରଶସ୍ତ ହେବାସହ ଜୀବନଧାରଣ ମାନ ବୃଦ୍ଧି ପାଇବ। ପୁରୁଣା ଭୁଲ ଯୋଗୁ ମାନସିକ ଚାପ ବୃଦ୍ଧି ପାଇବ ଓ ଲୋକମାନେ ଆପଣଙ୍କ ବିରୁଦ୍ଧରେ ମିଥ୍ୟା ଅଭିଯୋଗ କରିପାରନ୍ତି। ହୋଟେଲ ବାସୀଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ପରିବାର ସଦସ୍ୟଙ୍କ ଯତ୍ନ ନେଲେ ପ୍ରତିକୂଳ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। କିନ୍ତୁ ଫୋନ୍ କିମ୍ବା ଗୁରୁତ୍ୱପୂର୍ଣ୍ଣ ଉପକରଣ ସହିତ କିଛି ସମସ୍ୟା ହୋଇପାରେ। ଆପଣ ଅନୁଭବ କରିବେ ଯେ ଲୋକମାନେ ଆପଣଙ୍କର ଭଲ ଆଚରଣର ଅନ୍ୟାୟ ସୁବିଧା ନେଉଛନ୍ତି। ମନକୁ ନିୟନ୍ତ୍ରଣ ନକଲେ ଅତ୍ୟଧିକ କାର୍ଯ୍ୟହେତୁ ଆପଣ ମାନସିକ ଚାପଗ୍ରସ୍ତ ହୋଇପାରନ୍ତି। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ପ୍ରଶଂସା ପାଇବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଗୃହ, ଜମି ଓ ପାରିବାରିକ ସମସ୍ୟାରେ ପରିବର୍ତ୍ତନ ଆସିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଦାମ୍ପତ୍ୟ ସୁଖ ବୃଦ୍ଧିହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କୁମ୍ଭ:-ବ୍ୟବସାୟରେ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ। ରାଜନୀତିରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଜିଦ୍ଖୋର ଆଚରଣରୁ ଦୂରେଇ ରହିବା ଉଚିତ୍। ଭୁଲ ନିଷ୍ପତ୍ତିନେବା ଯୋଗେ ଆପଣଙ୍କ ଆଶା ଅନୁଯାୟୀ ଫଳାଫଳ ମିଳିବ ନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।