ମେଷ:-ଆଜି ଆପଣ ଆରାମଦାୟକ ମନୋଭାବରେ ରହିବେ। ରାଜନୀତି କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ। କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟୀକ ଆତ୍ମବିଶ୍ଵାସ ବୃଦ୍ଧି ପାଇବ ଓ ନୂତନ ଦ୍ରବ୍ୟ କ୍ରୟ କରିବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବା ସହ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କର୍କଟ:-ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ପ୍ରେମୀକ ପ୍ରେମିକାଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ପୁରାତନ ରୋଗରୁ ଉପଶମ ମିଳିବ। କାମ କାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ଅତୀତରେ କରାଯାଇଥିବା କଠିନ ପରିଶ୍ରମର ଶୁଭଫଳ ପାଇ ଆପଣଙ୍କୁ ଦୂରଯାତ୍ରା କରିବାକୁ ପଡିପାରେ। ନୂତନ ବିଚାର, ଉପସ୍ଥିତ ଜ୍ଞାନ, ଅଧ୍ୟୟନ ଓ ଅଧ୍ୟାପନାରେ ରୁଚି ବଢିବ। ନିଜର ସ୍ୱଭାବ ଓ କ୍ଷମତା ପରଖିବା ପାଇଁ ଆତ୍ମମନ୍ଥନ କରିବେ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ। ଅନ୍ୟମାନଙ୍କୁ ଆପଣଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରିବାକୁ ଦିଅନ୍ତୁ ନାହିଁ। ନୂତନ ଦ୍ରବ୍ୟ କ୍ରୟ ବିକ୍ରୟ କରି ଆଶାତୀତ ଲାଭ ପାଇବେ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
କନ୍ୟା:-ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ପ୍ରଶଂସା ପାଇବେ। ପାଖରେ ଥିବା ସାଥୀ ଓ ପ୍ରିୟଜନ ମାନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସମାଜ ସେବାରେ ସ୍ଵନାମ ଅର୍ଜନ କରି ପ୍ରଶଂସିତ ହେବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହୋଇପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ଗୃହ ସମସ୍ୟାରେ ଧନ୍ଦି ହୋଇଯିବା ଫଳରେ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ଛାତ୍ରଛାତ୍ରୀମାନଙ୍କ ମନୋବଳ ବୃଦ୍ଧି ପାଇବା ସହ ଏକ ନୂତନ କ୍ୟାରିଅର୍ ଆରମ୍ଭ କରିପାରିବେ। ପ୍ରେମ ସମ୍ପର୍କରେ ଘନିଷ୍ଠତା ବୃଦ୍ଧି ପାଇବ ଓ ପ୍ରିୟଜନଙ୍କ ସହିତ ବୁଲିବାକୁ ଯାଇପାରନ୍ତି। ସରକାରୀ କାର୍ଯ୍ୟରେ ଅତୁଳନୀୟ ଲାଭ ପାଇବେ ଓ ନୂତନ ଉପାୟ ଚିନ୍ତାକରି ଆୟର ନୂତନ ସ୍ରୋତ ଖୋଲିପାରନ୍ତି। ପରିବାରର ସମସ୍ତ ସଦସ୍ୟଙ୍କ ଭାବନା ପ୍ରତି ଧ୍ୟାନ ଦେଲେ ଯେକୌଣସି କାର୍ଯ୍ୟକୁ ସଂଗଠିତ କରିପାରିବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ମକର:-ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ରାଜନୀତିରେ ସଫଳତା ମିଳିବା ସହ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। କର୍ମକ୍ଷେତ୍ରଟି ସୁଦୃଢ ହେବା ଫଳରେ ମନ ଖୁସି ରହିବ। କେହି କୌଣସି କ୍ଷତି କରିପାରିବେ ନାହିଁ। ପଢିବା, ପଢେଇବାରେ ସଫଳତା ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ବ୍ୟବସାୟିକ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ପରିବାରରେ ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ।
ମୀନ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।