ଦୈନିକ ରାଶିଫଳ: 23 ଅକ୍ଟୋବର 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବିଗିଡି ଯାଇଥିବା କର୍ମ ସଜାଡି ହେବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ସୁରକ୍ଷିତ ଅନୁଭବ କରିବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ। ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇଯିବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ। ନୂତନ ବସ୍ତୁ କ୍ରୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ଅଧସ୍ତନ କର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତି ମିଳିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବାସସ୍ଥାନ ବା ଯାନବାହାନର ନବୀକରଣ କରିପାରନ୍ତି। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ପ୍ରତିକାର:-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। କର୍ମକ୍ଷେତ୍ରରେ ଉନ୍ନତି କରିବାସହ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଋଣ ଭରଣାରେ ସହଜ ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। ପଦୋନ୍ନତିର ସମ୍ଭାବନା ରହିଛି। ମାଲି-ମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ। ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇ ଯଥେଷ୍ଟ ଅଗ୍ରଗତି ଘଟିବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଅଧିକ ଲାଭ କରିବେ। ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବା ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ନୂଆଲକ୍ଷ ନିର୍ଦ୍ଧାରିତ କରି ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସରକାରୀ କାମରେ ସଫଳତା ପାଇବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!