ମେଷ:-ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ। ଦାମ୍ପତ୍ୟ ସୁଖ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ପ୍ରାପ୍ତିହେବ। ଦୂର ଯାତ୍ରାର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ସାମାଜିକ ସ୍ତରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। କଳେବଳେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଅଧସ୍ତନ କର୍ମୀଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ ଓ ଅଫିସରେ ଟେନସନ ଦୂର ବେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କର୍କଟ:-ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖାଦେବ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ଶାରିରୀକ ସୁସ୍ଥତା ଦେଖା ଦେବ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ। ଦୂରସ୍ଥାନକୁ ଯାତ୍ରା କରିବେ। ପ୍ରତିକାର- କମଳା ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
କନ୍ୟା:-ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁରସ୍ଵାଦ ଅନୁଭବ କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁବ୍ୟବସାୟୀ, ଔଷଧଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସାମାଜିକ ସ୍ତରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଅଦରକାରୀ ଜିନିଷ ଓ ଅଦରକାରୀ ଭାବନା ଉପରେ ଅଧିକ ସମୟ ନଷ୍ଟ କରନ୍ତୁ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ଧନୁ:-ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପୁରୁଣା ନିବେଶ ଲାଭ ଦେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଲୋକମାନେ ଆପଣଙ୍କ ମତ ସହିତ ସହମତ ହେବା ଫଳରେ ଆନନ୍ଦିତ ହେବେ। ଧୈର୍ଯ୍ୟ ଏବଂ ଦୃଢତା ସହିତ କାର୍ଯ୍ୟ କରନ୍ତୁ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ଶତୃମାନେ ପରାଜିତ ହୋଇ ବ୍ୟବସାୟିକ ପରିଣାମ ସନ୍ତୋଷ ଜନକ ହେବ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବାସହ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଯାନବାହନ ସମ୍ବନ୍ଧୀୟ କେତେକ ସମସ୍ୟାର ସମାଧାନ ହୋଇଯିବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
କୁମ୍ଭ:-ସମାଜସେବା କାର୍ଯ୍ୟରେ ଯୋଗ ଦେଇ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ଛାତ୍ର ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇ କାର୍ଯ୍ୟରେ ଖୁସି ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।
ମୀନ:-ସ୍ୱାସ୍ଥ୍ୟ ଠିକ୍ ରହିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।