ମେଷ:-ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସ ଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଦେଖାଦେବ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ବୃଷ:-ସୁଯୋଗ ହାତପାହାନ୍ତାରେ ପାଇବେ। ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ବାସସ୍ଥାନ ବା ଯାନବାହାନ ନବୀକରଣ କଲେ ଶୁଭଫଳ ପ୍ରାପ୍ତି ହେବ। ଆର୍ଥିକ ଚିନ୍ତା ଦୁରହେବାସହ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମିଥୁନ:-ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ସୁସ୍ଵାଦୁ ଖାଦ୍ୟ ପ୍ରାପ୍ତି ହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
କର୍କଟ:-ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-କର୍ମରେ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନାନା ସମସ୍ୟାର ସମ୍ମୁଖୀନ ହେବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବାସହ ମାନସିକ ଚିନ୍ତା ଦୂର ହେବ। ଆକସ୍ମିକ ଅର୍ଥଲାଭ ହେବାର ସମ୍ଭାବନା ଅଛି। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବା ସହ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ରାଜକୀୟ ମାମଲାରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଚାକିରୀରେ ସହକର୍ମୀମାନେ କାମର ପ୍ରଶଂସା କରିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ତୁଳା:-ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ଜାଗା ଜମି, ଯାନ ବାହାନ, ଗୃହ ଉପକରଣ କ୍ରୟ କରି ପାରନ୍ତି। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।
ବିଚ୍ଛା:-ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ସାମାଜିକ ପ୍ରତିଷ୍ଠା ଯଶ, ମାନ-ସମ୍ମାନ ମିଳିବ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ି ପାରେ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଶତୃମାନେ ଦୂର ହେବେ। ରୋଜଗାରରେ ଉନ୍ନତି ହେବ। ବିଦ୍ୟା କ୍ଷେତ୍ରରେ ସଫଳତା ମିଳିବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମକର:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ସନ୍ତୁଷ୍ଟ ହୋଇ ପାରେ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ କରିପାରିବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-ଶତୃମାନେ ମଥାନତ କରିବା ସହ ପୁରାତନ ରୋଗର ଉପସମ ହେବ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ଫଳରେ କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ରାଜନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହୋଇ ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ମୀନ:-ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ବିଦ୍ୟାରେ ଉନ୍ନତି କରିବେ। ଶତୃ ଓ ବିରୋଧୀ ମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ କରିବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
