ଦୈନିକ ରାଶିଫଳ: 23 ଅଗଷ୍ଟ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଅନେକ ଶୁଭକର୍ମର ସୁଯୋଗ ପାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଯେ କୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ।

କର୍କଟ:-ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ ଓ ସ୍ଥାନାନ୍ତରଣ ଯୋଗ ଆସିପାରେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶତ୍ରୁମାନେ ପରାଜିତ ହେବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ମିତ୍ରତା ବୃଦ୍ଧି ପାଇବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ରାଜନୀତିରୁ ଲାଭ ମିଳିବ ଓ ଉଚ୍ଚଆଶା ସଫଳ ହେବ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସୁସମ୍ବାଦ ପ୍ରାପ୍ତି ହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ରାଜନୀତିରେ ସମାଜ ସେବାକରି ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସମସ୍ତ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଅଧିକ ଲାଭ କରିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

ବିଚ୍ଛା:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସ୍ଵନମ ଅର୍ଜନ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ବ୍ୟବସାୟରେ ସାମାନ୍ୟ ଲାଭ ହେବ। ପରିବାରରେ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ଧନୁ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବା ସହ ଉନ୍ନତି, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।

ମକର:-ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଶୁଭ ସମ୍ବାଦପାଇ ଖୁସିହେବେ ଓ ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଆସ୍ୱସ୍ତି ଲାଭ କରିବେ। ପରିବାରରେ ମାନ ମନାନ୍ତର ଦୂର ହେବ। ମାନସିକ ଏକାଗ୍ରତା ରଖି ପାରିବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। ସରକାରୀ କାମରେ ସଫଳତା ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

ମୀନ:-ସାମାଜିକ ପତିଆରା ଅମଳିନ ରହିବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରି ପାରନ୍ତି। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶିଆଘାତ ପାଇବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଯୋଗୁ ଉପଯୋଗ କରିପାରିବେ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!