ମେଷ:-ସାମାଜିକ କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଗୁରୁ ଗୁରୁଜନମାନଙ୍କର ଆଶୀର୍ବାଦ ଲାଭକରିବେ। କର୍ମକ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ରାଜନୀତି କ୍ଷେତ୍ରରେ ବିରୋଧୀଙ୍କୁ ପରାସ୍ତ କରିବାରେ ସଫଳ ହେବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଭଲ ହେବ। ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ଆର୍ଥିକ ସଙ୍କଟ ଦୂରେଇଯିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବାସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
ମିଥୁନ:-ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ସନ୍ତାନ ସନ୍ତତିଙ୍କ ଉନ୍ନତିରେ ମାନସିକ ଶାନ୍ତି ପାଇବେ। ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
କର୍କଟ:-ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ଗୋ-ସଂପଦ, ଭୂମି, ବସ୍ତ୍ରଆଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ ପ୍ରଦାନ କରି ଉଚିତ ଲାଭ ପାଇବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ସିଂହ:-କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇ ପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ପୁରୁଣା ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ନୂତନ ବ୍ୟବସାୟର ସୁଯୋଗ ପାଇବେ ଓ ନୂତନ କାର୍ଯ୍ୟଆରମ୍ଭ କରି ପାରିବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
କନ୍ୟା:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ ଓ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ଉତ୍ତମ ରୋଜଗାର ମିଳିବ। ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ। ନୂତନ ବ୍ୟବସାୟ ଆରମ୍ଭ ଓ ବ୍ୟବସାୟର ପ୍ରଚାର ପ୍ରସାର କରି ଆଶାତିତ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ତୁଳା:-ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ସୁଖ ସମୃଦ୍ଧି ବୃଦ୍ଧିହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ପଡିପାରେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ପାରନ୍ତି। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ସାଧାରଣ ବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭହେବା ସହ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ରାଜନେତା ମାନେ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ରାଜନୈତିକ କ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ଶତୃମାନେ ପରାଜିତ ହେବେ ଓ ସ୍ୱାସ୍ଥ୍ୟ ଠିକ୍ ରହିବ। କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ସମାଧାନ କରି ମାନସିକ ଶାନ୍ତି ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ ଓ ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମୀନ:-ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ରାଜନୀତିରେ ମନରେଥିବା କାମନା ପୂର୍ଣ୍ଣ ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।