ମେଷ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ସବୁଥିରେ ସଫଳତା ମିଳିବା ଯୋଗେ ମାନସିକ ଶାନ୍ତି ମିଳିବ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ବୃଷ:-ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରି ପାରିବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଶାରିରୀକ ଅସୁସ୍ଥତା ଦୂରହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନ ମୂଳକ ଦିଗପ୍ରତି ଆଗ୍ରହୀ ହେବେ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ପ୍ରେମିକ ପ୍ରେମିକାମାନେ ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କର୍କଟ:-ଅଧସ୍ତନ କର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କୌଣସି ରାଜନେତାଙ୍କ ହେତୁ ସମସ୍ୟା ସୃଷ୍ଟି ହେବା ଫଳରେ ଖର୍ଚ୍ଚ ବୃଦ୍ଧି ହୋଇପାରେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ। ଜଣେ ବନ୍ଧୁଙ୍କଠାରୁ ଦୂରତା ବଜାୟ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମାନସିକ ଦୁଶ୍ଚିନ୍ତା ଦୂରହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହୋଇ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବା ସହ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ସହକର୍ମୀ ମାନଙ୍କ ଦ୍ୱରା ବିବାଦୀୟ ପରିସ୍ଥିତିର ସମାଧାନ ହୋଇ ପାରିବ। ରାଜକୀୟ କାର୍ଯ୍ୟ ବା ସରକାରୀ କାର୍ଯ୍ୟରେ ସଫଳତା ପାଇବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।
କନ୍ୟା:-ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ତୁଳା:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ସାମ୍ବାଦିକତାରେ ପ୍ରଂଶସିତ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟୀମାନେ ଅଧିକ ଲାଭ କରିବେ। ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରି ପାରନ୍ତି। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାହିତ୍ୟ, କଳାକ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ। ଶାରିରୀକ ଅସୁସ୍ଥତା ଦୂରହୋଇ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପାରିବାରିକ କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ସଫଳତା ଅର୍ଜନ କରିବେ। ପ୍ରତିକାର- ନାଲିରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
ଧନୁ:-ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟୀମାନେ ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ଉଚିତ ପନ୍ଥା ଗ୍ରହଣ କରି ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ପାରିବେ। ପରିବାରରେ ଆର୍ଥିକ ସଙ୍କଟ ଦୂରେଇ ଯାଇ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ଛାତ୍ର ଛାତ୍ରୀ ମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂତନପନ୍ଥା ଅନୁସରଣ କରିବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ପାରିବାରିକ ସମସ୍ୟା ଦେଖା ଦେଇପାରେ। ଚାକିରୀ କ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ ହେବାର ସମ୍ଭାବନା ଅଛି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସହକର୍ମୀଙ୍କ ସହାୟତା, ବନ୍ଧୁ ମିତ୍ରମାନଙ୍କ ସମର୍ଥନ ପାଇ ଶତୃମାନଙ୍କୁ ପରାସ୍ତ କରିବେ। ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଅନେକ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ପାଇ ବାଦବିବାଦର ଅବସାନ ଘଟିବ। ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ମୀନ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ। ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ମିତ୍ରମାନଙ୍କ ସହଯୋଗରେ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।