ଦୈନିକ ରାଶିଫଳ: 23 ଜାନୁୟାରୀ 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଆକସ୍ମିକ ଅର୍ଥଲାଭ, ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦାମ୍ପତ୍ୟ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ ଓ ବହୁବିଧ ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହି ପାରେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ କଲେ ବିପଦରେ ପଡିବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ରାଜନୀତିରେ ସଫଳତା ମିଳିବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରିବେ ଓ ସଫଳତା ପ୍ରାପ୍ତି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କିନ୍ତୁଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରି ପାରନ୍ତି। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ସେବକ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ଶିକ୍ଷାକ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ସନ୍ତାନଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। କର୍ମକ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ପ୍ରୋଟିନ ଜାତୀୟ ଖାଦ୍ୟ ଖାଇବା ଆବଶ୍ୟକ। ସାଧାରଣ ଦିନଚର୍ଜ୍ୟା ଅତୁଟ ରହିବ। କର୍ମ କ୍ଷେତ୍ରରେ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!