ମେଷ:-ସାମାଜିକ କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। କର୍ମକ୍ଷେତ୍ରରେ ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ବୃଷ:-ଶାରିରୀକ ଅସୁସ୍ଥତା ଦୂର ହେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ନୂତନ ଯୋଜନାରେ ସଫଳତା ମିଳିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଅଧସ୍ତନ କର୍ମୀଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଆଚାର ବ୍ୟବହାରରେ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
ମିଥୁନ:-ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କର୍କଟ:-ଶତୃ, ରୋଗ, ଋଣରୁ ମୁକ୍ତି ହେବେ ଓ ଶୁଭ ସମାଚାର ଶୁଣିବାକୁ ମିଳିବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନାପାଇ ସଫଳତା ଲାଭ କରିବେ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ସିଂହ:-ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବାଦବିବାଦ, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କନ୍ୟା:-ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆର୍ଥିକ, ପାରିବାରିକ ଏବଂ ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଧନଲାଭ ହେବ କିନ୍ତୁ ବ୍ୟୟ ମଧ୍ୟ ହେବ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-ସାମାଜିକ କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଶୁଭ ଖବର ପାଇ ଖୁସିହେବେ। ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯିବା ସହ ଆୟ ମଧ୍ୟ ଉତ୍ତମ ହେବ। ଛାତ୍ରଛାତ୍ରୀ ମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ଧନୁ:-ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନ ଜନକ ସ୍ଥିତି ପରିଲକ୍ଷିତ ହେବ। କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ପାଇ ବେଶ୍ ଆନନ୍ଦ ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ପଦପଦବୀ ଲାଭ ହେବାସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ମକର:-ଶତ୍ରୁମାନେ ତଳମୁହାଁ ହେବେ ଓ କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବିଦ୍ୟାର୍ଥୀଙ୍କର କେତେକ ସମସ୍ୟାର ସମାଧାନ ହୋଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର- ନାଲିରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
କୁମ୍ଭ:-କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ବିଦ୍ୟା କ୍ଷେତ୍ରରେ ପ୍ରତିକୁଳ ପରିସ୍ଥିତି ଦୂରେଇଯାଇ ମାନସିକ ସୁସ୍ଥତା ଅନୁଭବ କରିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହୋଇପାରେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ପାଇବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ଆଗ୍ରହ ବଢିବ।ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଉଦରପୀଡ଼ା, ରକ୍ତଚାପ ଓ ପୁରାତନ ରୋଗର ପ୍ରଭାବ ବୃଦ୍ଧି ପାଇପାରେ। କ୍ରୋଧ ହେତୁ କାର୍ଯ୍ୟରେ ଅସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।