ଦୈନିକ ରାଶିଫଳ: 23 ଜୁନ୍ 2023, ଶୁକ୍ରବାର, ମା’ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶିକ୍ଷା କ୍ଷେତ୍ରରେ ମାନସିକ ଶାନ୍ତି ପାଇବା ସହ ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ସାମାଜିକ ପତିଆରା ଅମଳିନ ରହିବ। ଶୁଭ ସମ୍ବାଦ ପାଇବେ। ଦାମ୍ପତ୍ୟ କଳହକୁ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବାସହ ବିଶେଷ ଲାଭବାନ୍ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସନ୍ତାନଙ୍କ ପାଇଁ ମାନସିକ ସ୍ଥିରତା ବଜାୟ ରହିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତପନ୍ଥା ଗ୍ରହଣ କରିବେ। କିନ୍ତୁ କୌଣସି ଧାର୍ମିକ କାର୍ଯ୍ୟରେ ଅର୍ଥ କିଛି ବ୍ୟୟ କରିବେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବାସହ ସ୍ଵାସ୍ଥ୍ୟହାନିର ମଧ୍ୟ ଆଶଙ୍କା ରହିଛି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆୟ ଉପାର୍ଜ୍ଜନର ବୃଦ୍ଧି, ଉନ୍ନତି ସହ ସୁସ୍ଥ ବାତାବରଣ ଜାରି ରହିବ। କର୍ମକ୍ଷେତ୍ରରେ ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ଆୟ ଉପାର୍ଜନ ମଧ୍ୟମ ଧରଣର ହେବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସ୍ୱାସ୍ଥ୍ୟସମସ୍ୟା ଦୂରହୋଇ ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଖୁସିହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଆଶା କରିଥିବା ଧନ ପ୍ରାପ୍ତି ହେବ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଘରୋଇ କର୍ମକ୍ଷେତ୍ରରେ ସହକର୍ମୀ ଓ ପଦାଧିକାରୀ ମାନେ ଖୁସି ରହିବା ସହ ମାନସମ୍ମାନ ବୃଦ୍ଧିହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବାସହ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବାସହ ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ ଓ ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଛାତ୍ରଛାତ୍ରୀ ମାନଙ୍କର ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ରାଜନୀତିରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ସ୍ଵଚ୍ଛଳତା ଦେଖାଦେବ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ମାଲିମୋକଦ୍ଦମାରେ କୂଟନୀତିର ଶିକାର ହେବେ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ପାରିବାରିକ ଜୀବନରେ ସୁଧାର ଆସିବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସାମାଜିକ ପତିଆରା ଅମଳିନ ରହିବ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ପରିବାରରେ ସାଧାରଣ ଚଳଣି ଅତୁଟ ରହି ସୁସ୍ଥ ବାତାବରଣ ଜାରି ରହିବ।ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବା ସହ ନୂଆ ଯୋଜନାରେ ସଫଳହେବେ। ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବ। ବ୍ୟବସାୟ କ୍ଷେତ୍ରକୁ ପ୍ରସାର ପ୍ରଚାର କରିବା ଫଳରେ ଆୟ ଉପାର୍ଜନ ବୃଦ୍ଧିହେବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିବାସହ ମାନସିକ ଶାନ୍ତି ଅନୁଭବ କରିବେ ଓ ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର- ନୀଳ ରୁମାଲଟିଏ ପାଖରେ ରଖନ୍ତୁ।

ମୀନ:-ରାଜନୀତି କ୍ଷେତ୍ରରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପରିଶ୍ରମ କରି ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଅତ୍ୟଧିକ ଲାଭ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!