ଦୈନିକ ରାଶିଫଳ: 23 ଜୁଲାଇ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। କଳା, ସାହିତ୍ୟ ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପୂର୍ବ କଳହର ସମାଧାନ ହୋଇ ସହକର୍ମୀ ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। ବ୍ୟବସାୟକ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭ ପାଇବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ବ୍ୟବସାୟିମାନେ ନୂତନ ଯୋଜନା ପ୍ରସ୍ତୁତ କରି ଆଶାତୀତ ଲାଭ ପାଇବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବାସହ ପରୀକ୍ଷା ପ୍ରତିଯୋଗିତା ରେ ଶୁଭଫଳ ମିଳିବ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥ ହୋଇ ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବାସହ ଗୃହରେ କଲ୍ୟାଣକର କର୍ମସମ୍ପାଦନ କରି ପ୍ରଶଂସିତ ହେବେ। ନୂତନ ଲୋକଙ୍କ ସହିତ ଭେଟ ହୋଇ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ ଓ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବାସହ ଧନସମ୍ପଦରେ ଅଭିବୃଦ୍ଧି ତଥା ଗୃହବାହନ ପ୍ରାପ୍ତି ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ନୂତନ ଯୋଜନା ପ୍ରସ୍ତୁତ କରିବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ଯାତ୍ରାଫଳରେ ଉତ୍ସାହିତ ହେବେ। ଋଣରୁ ମୁକ୍ତି, ପରିଜନ ଓ ସାଧୁଜନପ୍ରିୟ ହୋଇ ସୁଖଭୋଗ କରିବେ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ଗୃହୋପକରଣ କ୍ରୟ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ ଓ ପରିବାରରେ ସୁଖଶାନ୍ତି ଫେରି ଆସିବ। ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବାସହ ପାଖ ପଡୋଶୀମାନେ କଟୁବଚନ ଶୁଣେଇ ପାରନ୍ତି। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଦୂରଯାତ୍ରାର ସୁଯୋଗ ପାଇବେ ଓ ସନ୍ତାନର ସୁ ଖବର ଶୁଣି ଖୁସି ହେବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ବନ୍ଧୁଙ୍କ ସହ ଯୋଗାଯୋଗ କଲେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ତଥା ଲୋକମାନଙ୍କୁ ନିଜର କରି ପାରିବେ। ପରୀକ୍ଷା, ପ୍ରତିଯୋଗୀତାରେ ବିଜୟୀ ହେବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ଆୟରସ୍ରୋତ ଖୋଲିଯିବାସହ ଆର୍ଥିକ ସ୍ଥିତି ପୂର୍ବପରି ଠିକ୍ ରହିବ। ବିଦ୍ୟା କ୍ଷେତ୍ରରେ ସଫଳ ହେବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ନିର୍ମାଣମୂଳକ ଯୋଜନାରେ ଆଗେଇବେ। ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ ଓ ପ୍ରମୋଶନର ସୂଚନାପାଇ ଖୁସି ହେବେ। ଆୟ ଉପାର୍ଜ୍ଜନର ବୃଦ୍ଧି ହେବାସହ ଋଣରୁ ମୁକ୍ତି ମିଳିବ। ସହଯୋଗୀମାନେ ସହଯୋଗ କରିବା ଫଳରେ କୌଣସି ବଡ ସମସ୍ୟାର ସମାଧାନ ହୋଇଯିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମକର:-ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବା ଫଳରେ ପ୍ରଶଂସିତ ହେବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବ୍ୟବସାୟରେ ଆୟ ବୃଦ୍ଧି ହେବା ସହ ଭାଗୀଦାରି ବ୍ୟବସାୟରେ ଅଧିକ ଲାଭବାନ୍ ହେବେ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। କାମଧନ୍ଦାରେ ମନ ଲାଗିବା ଫଳରେ ବିଶେଷ ଉପକୃତ ହେବେ। ଚିତ୍ତ ପ୍ରସନ୍ନଯୋଗେ କାର୍ଯ୍ୟ ସିଦ୍ଧି ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତିରେ ବାକ୍ୟ ସଂଯମତା ରଖିଲେ ଉଚ୍ଚପ୍ରଶଂସିତ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖା ଦେଇ ପାରେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମୀନ:-ଶତୃମାନେ ମିତ୍ରଭାବ ଆଚରଣ କରିବାସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଅକ୍ଷୂର୍ଣ୍ଣ ରହିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସିହେବେ। ସାମାଜିକ କାର୍ଯ୍ୟରେ ଯୋଗ ଦେଇ ପ୍ରସଂଶିତ ହେବେ। ଭାତୃବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!