ଦୈନିକ ରାଶିଫଳ: 23 ଡିସେମ୍ବର 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାବଧାନତା ଅବଲମ୍ବନ କରି ବନ୍ଧୁଙ୍କ ସାହାଯ୍ୟରେ ଉପକୃତ ହେବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ଆୟ ଉତ୍ତମ ହୋଇ ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ପୁରାତନ ରୋଗ ପୀଡାରୁ ଉପସମ ପାଇବେ। ପରିବହନ ଓ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। କର୍ମକ୍ଷେତ୍ରରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ରାଜକୀୟ ମାମଲାରେ ସଫଳତା ମିଳିବ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଶତୃମାନେ ଦୂର ହେବେ। ସ୍ଵାସ୍ଥ୍ୟରେ ସୁଧାର ଆସିବା ଫଳରେ ପୁରାତନ ରୋଗରୁ ଉପସମ ମିଳିବ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ରୋଜଗାରରେ ଉନ୍ନତି ହେବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଗୁରୁ-ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମନ ବହୁତ ଖୁସି ହେବ। ବନ୍ଧୁ ମିତ୍ରଙ୍କ ଠାରୁ ଉପହାର ପ୍ରାପ୍ତିହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସନ୍ତାନଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ବହୁତ ବଡ କାମର ଦାୟିତ୍ଵ ହାତକୁ ନେବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବହୁତ ଦିନର ପୁରୁଣା ପରିଚିତ ବ୍ୟକ୍ତି, ବନ୍ଧୁ ବା ମିତ୍ର ବ୍ୟକ୍ତିଙ୍କ ସହିତ ଭେଟ ହେବ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ବ୍ୟବସାୟରେ ଆପଣଙ୍କୁ ଗୋଟିଏ ପରେ ଗୋଟିଏ ସଫଳତା ମିଳିବ। ନିଜର କାର୍ଯ୍ୟ ପାଇଁ ବାହାରକୁ ଯିବାକୁ ପଡିପାରେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପରିଶ୍ରମ କରି ସମସ୍ତ କାମକୁ ସମ୍ଭାଳି ନେବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ।ସବୁଥିରେ ସଫଳତା ମିଳିବା ଫଳରେ ଆତ୍ମକେନ୍ଦ୍ରିତ ହୋଇଯିବେ। ପରିବାରର ସମସ୍ୟା ସମାଧାନ ହୋଇଯିବା ଫଳରେ ସମସ୍ତ ଦିଗରୁ ଖୁସି ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ଆକସ୍ମିକ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ନିଜ ଲୋକମାନେ ହିଁ କାମରେ ଆସିବେ। ବ୍ୟବସାୟରେ ଉନ୍ନତି ହେବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଭଲ କାମ କରି ସୁଖରେ ଦିନଟି ବିତାଇବେ। ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ବକେୟା ଅର୍ଥ ଆଦାୟ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:- କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଆୟର ସ୍ରୋତ ଖୋଲିଯିବ। ଆୟ ଉତ୍ତମ ହେବା ସହ କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି। ଋଣ ଭରଣାରେ ସହଜ ହେବ। ଶତୃମାନେ ଦୁର୍ବଳ ହେବେ ଓ ଆୟରପନ୍ଥା ସହଜ ହେବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ସାମାଜିକ ଉତ୍ସବରେ ଯୋଗ ଦେବେ। ନୂଆ ସମ୍ପର୍କ ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି ବ୍ୟବସାୟ ଓ କର୍ମ କରିଲେ ଲାଭବାନ ହେବେ। ରାଜନୀତି କାର୍ଯ୍ୟରେ ସଫଳତା ମିଳିବ। ଧନଲାଭ ହେବାରୁ ଖୁସି ହେବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!