ମେଷ:-ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଅଚାନକ ଧନ ପ୍ରାପ୍ତି ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବୃଷ:-ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ନିଜ ଗୃହ ସମସ୍ୟା ସଜାଡିବାକୁ ସୁବିଧା ପାଇବେ ଓ ଅଭିଳଷିତ ଜିନିଷ ପାଇବେ। ଜୀବନ ସାଥିଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। ନିକଟ ସମ୍ପର୍କୀୟ ମାନଙ୍କ ଶୁଭକାମନା ଓ ସାହାଯ୍ୟ କାରୀ ମନୋବୃତ୍ତି ମନକୁ ଖୁସି କରି ପାରେ। ଆର୍ଥିକ ଟଣାଟଣି ଅବସ୍ଥା ସୁଧୁରି ଯିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ଉତ୍ତମ ରୋଜଗାର ହେବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କେତେକ କ୍ଷେତ୍ରରେ ବିଫଳ ହେବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ଆକସ୍ମିକ ଧନପ୍ରାପ୍ତି ହୋଇପାରେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ସିଂହ:-ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ରାଜନୀତି କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ଛାତ୍ରଛାତ୍ରୀମାନଙ୍କର ସଭାସମିତିରେ ସାହିତ୍ୟଚର୍ଚ୍ଚାରେ ସଫଳତା ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବ୍ୟବହାର କୁଶଳତାକୁ ଆଧାରକରି ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ମାନ ସମାଧାନ ହୋଇ ଯିବ।କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ଆୟବୃଦ୍ଧି, ଋଣମୁକ୍ତିର ବାଟ ଦେଖାଦେବ। ଶୁଭ କାମ କରି ପ୍ରଶଂସିତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭ ହୋଇପାରେ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ସାମାଜିକ ପତିଆରା ଅମଳିନ ରହିବ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଅନେକ ସମସ୍ୟା ସହଜରେ ସମାଧାନ ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କୁମ୍ଭ:-ଗୃହରେ ଭାତୃବିବାଦ, ପଡ଼ୋଶୀ କଳହ, ଜମିପାଇଁ କିଛି ସମସ୍ୟା ଥିଲେ ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଛାତ୍ରଛାତ୍ରୀ ମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରି ପାରନ୍ତି। ସ୍ୱାସ୍ଥ୍ୟସମସ୍ୟା ଯୋଗେ ମାନସିକ ଅସୁସ୍ଥି ବଢିଯିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ମୀନ:-ସନ୍ତାନର ବିଦ୍ୟାରେ ଉନ୍ନତି ହେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ଦାମ୍ପତ୍ୟ ସୁଖ ପାଇବେ ଓ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।