ଦୈନିକ ରାଶିଫଳ: 23 ନଭେମ୍ବର 2023, ଗୁରୁବାର, ମା ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ। ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି। ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ଭୂମି, ଭବନ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟର ସାଧନରେ ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଦୂରଯାତ୍ରାର ସୁଯୋଗ ପାଇବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଗୃହୋପକରଣ, ନୂତନଦ୍ରବ୍ୟ କ୍ରୟ କରିବେ। କାମ କାର୍ଯ୍ୟରେ କୌଣସି ନୂତନ କୌଶଳ ପ୍ରୟୋଗ କରି ଦୁଇଗୁଣା ଲାଭ ଉଠେଇବେ। ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ ଓ ପରିବର୍ତ୍ତନର ସ୍ଥିତି ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ଅର୍ଡର ପାଇବେ ଓ ନୂତନ ଏଗ୍ରୀମେଣ୍ଟ କରିପାରିବେ। ମନୋରଞ୍ଜନ ଓ ହସଖୁସିରେ ସମୟ ବ୍ୟତୀତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସମସ୍ତ ପ୍ରକାର ପରିବେଶ ଓ ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ପରିବାର ଜନଙ୍କ ସହ ସୁଖ ଶାନ୍ତିରେ ଦିନଟି କଟାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ବିଦ୍ୟାରେ ଉନ୍ନତି କରିବେ। ବନ୍ଧୁଙ୍କ ସହଯୋଗରେ ପଇସା ମିଳିବାର ସୂଚନା ମିଳିବ। ନୂତନ କାମ ଆରମ୍ଭ କରିପାରିବେ। ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଗୁରୁଗୁରୁଜନ ଓ ମାଆବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-ରାଜନୀତି କ୍ଷେତ୍ରରେ ଇଛାଶକ୍ତି ପ୍ରବଳ ହେବା ଫଳରେ ଯଶ, ମାନସମ୍ମାନ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ। ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ଧୈର୍ଯ୍ୟ ଓ ବୁଦ୍ଧିମତା ଯୋଗେ ଅଟକିଥିବା କାର୍ଯ୍ୟର ପରିସମାପ୍ତି ଘଟିବ। ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମଧ୍ୟ ମିଳିଯିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ସମ୍ୟକ ବୁଦ୍ଧି ଜାଗ୍ରତ ଓ ଇଛାଶକ୍ତି ପ୍ରବଳ ହେବା ଫଳରେ ମାନସମ୍ମାନ, ଯଶପ୍ରତିଷ୍ଠାରେ ବୃଦ୍ଧି ହେବ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କେତେକ କ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଅଧୁରା କାମକୁ ମନଦେଇ ପୂରଣ କରିବେ। ଆତ୍ମବିଶ୍ଵାସରେ ବୃଦ୍ଧି ହେବ। କାର୍ଯ୍ୟରେ ଗମ୍ଭୀରତା ସହ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। ଅଟକିଥିବା ଟଙ୍କା ଅଚାନକ ପ୍ରାପ୍ତ ହେବା ଦ୍ଵାରା ମନ ହର୍ଷିତ ରହିବ। ଉଚିତ୍ ସାଧନରେ ଧନପ୍ରାପ୍ତ ହେବ। ପାରିବାରିକ ସମ୍ବନ୍ଧରେ ଅଧିକ ମଧୁରତା ଆସିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କଲେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଗୃହୋପକରଣ କ୍ରୟ କରିବେ। ଜମିଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିବ। କେତେକ କ୍ଷେତ୍ରରେ ନିଜର ଶକ୍ତି, ଉତ୍ସାହ ଓ ପ୍ରେରଣା ଭରପୁର ରହିବ। କୌଣସି ରଚନାତ୍ମକ କାମ ନିଜ ହାତରେ ସମ୍ପନ୍ନ କରିବେ। ସମସ୍ତଙ୍କ ଠାରୁ କାମରେ ପ୍ରଶଂସା ମିଳିବ। ନିଜ ବୁଦ୍ଧିରେ ସମସ୍ତ ସମସ୍ୟାରୁ ମୁକୁଳି ଯିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-କଠିନ ପରିଶ୍ରମ ଦ୍ଵାରା ସଫଳତା ପାଇବେ। ନୂଆ-ନୂଆ ଲୋକଙ୍କ ସହିତ ସମ୍ପର୍କ ସୃଷ୍ଟି ହେବ। ବ୍ୟବସାୟୀମାନେ ଉତ୍ସାହଜନକ ସମାଚାର ଶୁଣିବାକୁ ପାଇବେ। ପୁରୁଣା ପ୍ରେମୀ ବା ମିତ୍ର ମାନେ ଯୋଡିହୋଇ ରହିବା ପାଇଁ ଚାହିଁବେ। ପରାକ୍ରମ କାରଣରୁ ପରିବାରରେ ଶାନ୍ତି ବିରାଜମାନ କରିବ। କାର୍ଯ୍ୟକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଯୋଗେ ମନ ଆନନ୍ଦ ରହିବ। କର୍ମକ୍ଷେତ୍ରରେ ସମସ୍ୟା ସୁଧୁରିବା ସହ ନିଜର ସମସ୍ତ ଦୁଃଖ ଭୁଲି ଯିବେ। ମାନ-ସମ୍ମାନ, ଯଶ, କୀର୍ତ୍ତି ଓ ପ୍ରତିଷ୍ଠାରେ ବୃଦ୍ଧି ହେବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବା ଯୋଗେ କରିଥିବା କାର୍ଯ୍ୟର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!