ଦୈନିକ ରାଶିଫଳ: 23 ଫେବୃୟାରି 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ନିଜ ଲୋକମାନେ ହିଁ କାମରେ ଆସିବେ। ଭାତୃ ବିବାଦ, ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପୁରାତନ ରୋଗ ପୀଡାରୁ ଉପସମ ହେବା ସହ ବନ୍ଧୁଙ୍କ ସହ ଯୋଗାଯୋଗ ଫଳରେ ଆନନ୍ଦିତ ହେବେ। ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ସୁଖ ଶାନ୍ତିରେ ଦିନ କଟାଇବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କର୍କଟ:-ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କର୍ତ୍ତବ୍ୟ ନିଷ୍ଠାରୁ ଯଶପ୍ରଶଂସାର ଅଧିକାରି ହେବେ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନାନା ପ୍ରକାର ସଂଘର୍ଷ ମଧ୍ୟରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇ ପାରନ୍ତି। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଶିକ୍ଷାକ୍ଷେତ୍ରରେ ସାଙ୍ଗସାଥିମାନେ ସାହାଯ୍ୟ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବା ଫଳରେ ସମ୍ମାନୀତ ହେବେ। ଜନ ସେବାରେ ପ୍ରଶଂସା ମିଳିବ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଶତୃ ପରାଜିତ ହେବେ। ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ ହେବ। ପଢାପଢିରେ ମାନସିକ ଶାନ୍ତି ମିଳିବ। ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶି ଯିବେ। ସ୍ୱାସ୍ଥ୍ୟପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ସୁବିଧା ସୁଯୋଗ ପାଇ ଅଧା ହୋଇପଡ଼ିଥିବା ଗୃହକାର୍ଯ୍ୟ ସଂପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ସନ୍ତାନ ମାନଙ୍କର ଉଚ୍ଚଶିକ୍ଷାର ମନସ୍କାମନା ପୂର୍ଣ୍ଣ ହେବ। ସାମାଜିକ କ୍ଷେତ୍ରରେ ପରିବର୍ତ୍ତନ ଆସି ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବା ସହ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ରାଜନୀତିରେ ଲୋକପ୍ରିୟତା ଯୋଗେ ସହକର୍ମୀଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ। ପ୍ରତିକାର ଦ୍ୱାରା ବାଧା ଦୂର ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଗୁରୁଜନ ମାନଙ୍କ ଠାରୁ ଆର୍ଶିବାଦ ପାଇବେ ଓ ଆମୋଦ ପ୍ରମୋଦର ସୁଯୋଗ ପାଇବେ। ବ୍ୟବସାୟରେ ଉନ୍ନତି ସହିତ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଫଳରେ, ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ବାକିଥିବା ଅର୍ଥ ଆଦାୟ ହେବା ଫଳରେ ଖୁବ୍ ଆଶାବାଦୀ ହେବେ। କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ବ୍ୟବସାୟ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ। ବାହ୍ୟ ଯୋଗା ଯୋଗରେ ଅଧିକ ଲାଭ ମିଳିବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟବସାୟରେ ବିଶେଷ ଲାଭାନ୍ଵିତ ହେବେ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡି ପାରନ୍ତି। ସାବଧାନ ରୁହନ୍ତୁ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!