ମେଷ:-ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ଭବିଷ୍ୟତରେ ମିଳିବାକୁ ଥିବା ସମସ୍ତ ସୁଯୋଗର ସମାଧନ ହୋଇପାରେ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ନିଜ ଲୋକ ମନମୋଟିଆ ହେବେ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ଶରୀର ସୁସ୍ଥ ରହିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇ ନୂତନ ଦ୍ରବ୍ୟ କ୍ରୟ କରିବେ। ଆର୍ଥିକ ଉନ୍ନତି ଦେଖାଦେବ। ସାମାଜିକ ପତିଆରା ଅମଳିନ ରହିବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ଛାତ୍ର ଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି। ଶତୃମାନେ ଦୂରେଇ ଯିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ବାଦବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କନ୍ୟା:-ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ।ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇ ଯଥେଷ୍ଟ ଅଗ୍ରଗତି ଘଟିବ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। ଜୀବନସାଥୀଙ୍କ ପ୍ରତି ସମ୍ମାନଭାବ ଜାଗୃତ ହେବ। ଗୁରୁଜନଙ୍କ ପ୍ରତି ଆଦରଭାବ ଜାଗ୍ରତ ହେବା ଫଳରେ ତାଙ୍କର ଆଶୀର୍ବାଦ ପ୍ରାପ୍ତ ହେବ। ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ତୁଳା:-ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ରାଜନେତା ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ପୁରୁଣା ନିବେଶ ଲାଭ ଦେବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇପାରନ୍ତି। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଛାତ୍ରଛାତ୍ରୀ ମାନଙ୍କର ମଉଜ-ମସ୍ତିରେ ସମୟ କଟିପାରେ। ଅତିଥି ସତ୍କାର ଓ ବନ୍ଧୁମିତ୍ରଙ୍କ ସମାଗମରେ ଖର୍ଚ୍ଚ ବୃଦ୍ଧି ପାଇବ। କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ। ପ୍ରତିକାର-ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ଧନୁ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଯାତ୍ରାଫଳରେ ଉତ୍ସାହିତ ହେବେ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।
ମକର:-ଶୁଭ ସମାଚାର ମିଳିପାରେ। ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
କୁମ୍ଭ:-ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପ୍ରେମ କ୍ଷେତ୍ରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମୀନ:-ବ୍ୟବସାୟ କ୍ଷେତ୍ରର ଉନ୍ନତି ହେବା ଫଳରେ ଆତ୍ମସନ୍ତୋଷ ମିଳିପାରେ। ନୂଆ ଚାକିରୀ ମଧ୍ୟ ମିଳିପାରେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ଅଧ୍ୟୟନ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।