ଦୈନିକ ରାଶିଫଳ: 23 ମଇ 2024, ଗୁରୁବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସନ୍ତାନ ସୁଖରେ ସୁଖୀ ହେବେ। ରାଜନୀତିରେ ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ। କଠିନ ପରିଶ୍ରମ କରି ଚଳିବେ ଓ ଶୁଭ ସମାଚାର ପାଇ ଖୁସି ହେବେ। ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ। କର୍ମ କ୍ଷେତ୍ରରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ସୁଖ ଶାନ୍ତିରେ ଦିନଟି କଟାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ବ୍ୟବସାୟରେ ଭଲ ଲାଭ ହେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ସରକାରୀ କର୍ମଚାରୀମାନଙ୍କର ପଦୋନ୍ନତିର ସୂଚନା ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ବ୍ୟବସାୟୀ ମାନଙ୍କୁ ଉତ୍ତମଲାଭ ପ୍ରାପ୍ତି ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ଶରୀର ସୁସ୍ଥ ରହିବ। କର୍ମସଂଧାନୀ ମାନେ ନିଯୁକ୍ତିର ସୁଯୋଗ ପାଇବେ। ମାନସିକ ଅଶାନ୍ତି ଦୂର ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଯୁବକ-ଯୁବତୀମାନେ ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ସରକାରୀ କର୍ମଚାରୀମାନେ ପ୍ରଶଂସା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହୋଇ ପାରନ୍ତି। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ବାଧା ଓ ପ୍ରେମିକ ପ୍ରେମିକାମାନେ ନିନ୍ଦିତ ଅପମାନିତ ହୋଇପାରନ୍ତି। ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କସହ ବିବାଦ ଦେଖାଦେଇ ପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ। ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ଭଲ ସମ୍ପର୍କ ରହିବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। କିନ୍ତୁ ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। କର୍ମକ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-ବ୍ୟାପାର ବାଣିଜ୍ୟ ଓ କାମ-କାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ। ରାଜନୀତିରେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ଆଗେଇବା ପାଇଁ ନିଜ ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ବ୍ୟବସାୟରେ ଆଶାତୀତ ଲାଭ ପାଇ ନୂତନ ଦ୍ରବ୍ୟ କ୍ରୟ କରିବେ। ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଶାରିରୀକ ଅସୁସ୍ଥତା ଦୂର ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନରେ ବୃଦ୍ଧି ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟୀ ମାନେ କଠିନ ପରିଶ୍ରମ ଫଳରେ ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ। ବକେୟା ଅର୍ଥ ଆଦାୟ ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବରିଷ୍ଠ ବ୍ୟକ୍ତି ଓ ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ। ତୀର୍ଥାଟନ ଯାତ୍ରା କରିବାକୁ ବାଧ୍ୟ ହେବେ। ପାରିବାରିକ ପରିସ୍ଥିତି ଠିକ୍ ରହିବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦୂରେଇ ଯିବ। ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟାଦ୍ୱାରା ସ।ଫଲ୍ୟ ହେବେ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!