ମେଷ:-ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। କର୍ମକ୍ଷେତ୍ରରେ ଉନ୍ନତି ସହିତ ପରିଣାମ ଅନୁକୂଳ ହେବ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ବୃଷ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ଶତୃମାନେ ମୁଣ୍ଡ ଟେକିବେ। ନିଜର ଯୋଜନା ବିଷୟରେ ଆତ୍ମବିଶ୍ୱାସର ଅଭାବ ରହିବ। ନୂତନ ଦ୍ରବ୍ୟ କ୍ରୟ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-କର୍ମକ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
କର୍କଟ:-ଉତ୍ତମ ଆୟର ପଥ ପରିଷ୍କାର କରିବେ। ବିଦ୍ୟାର୍ଥୀମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ମହତ୍ ଉଦ୍ୟେଶ୍ୟ ନେଇ ଉଚ୍ଚଆକାଂକ୍ଷାରେ କାର୍ଯ୍ୟ କଲେ ଆଶା ଅଭିଳାଷପୂର୍ଣ୍ଣ ହେବ। ବ୍ୟବସାୟ କରୁଥିଲେ ପ୍ରଚୁର ଆୟହେବା ଫଳରେ ଚିନ୍ତାଦୂର ହୋଇଯିବ। ସରକାରୀ ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଦାମ୍ପତ୍ୟଜୀବନ ସୁଖମୟହେବ। କର୍ମକ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ରାଜନୀତି କ୍ଷେତ୍ରରେ ବିରୋଧୀଙ୍କୁ ପରାସ୍ତ କରିବାରେ ସଫଳ ହେବେ। ଇଲୋକଟ୍ରୋନିକ୍ସ ମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ଗୁରୁ ଗୁରୁଜନମାନଙ୍କର ଆଶୀର୍ବାଦ ଲାଭକରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-ନୂଆନୂଆ ବ୍ୟବସାୟିକ ସଂପର୍କ ସ୍ଥାପନ କରି ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।
ତୁଳା:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଶିକ୍ଷାକ୍ଷେତ୍ରରେ ବିଶେଷ ଲାଭବାନ ହେବେ। କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବ୍ୟବସାୟ ବଢ଼େଇବାପାଇଁ ବନ୍ଧୁମିତ୍ରଙ୍କର ସହଯୋଗ ପ୍ରାପ୍ତିହେବ। ବିଦେଶରେ ଅଧ୍ୟୟନପାଇଁ ଇଚ୍ଛୁକଥିବା ଛାତ୍ରଛାତ୍ରୀଙ୍କର ମନସ୍କାମନା ଅବଶ୍ୟ ପୂର୍ଣ୍ଣହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପାରିବାରିକ ସମସ୍ୟା, ଗୃହରେକଳହ, ପତିପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତାଭାବ ଦୂରେଇ ଯିବ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ଧନୁ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପରିବାରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନ ସମ୍ମାନ ତଥା ପରାକ୍ରମର ବୃଦ୍ଧିହେବ। ଆଶାନୁରୂପ ଅର୍ଥପାଇବା ଫଳରେ ଅର୍ଥିକ ସମସ୍ୟା ସମାଧାନ ହେବ। ଉପାର୍ଜ୍ଜନ ପାଇଁ ଅନେକଉପାୟ ଚିନ୍ତାକରି ସଫଳ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ଆଗ୍ରହ ବଢିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ମକର:-ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ଶୁଭ ସୂଚନା ପାଇବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ସତର୍କ ରହି ଯାତାୟାତ କରିବା ଉଚିତ୍। ଅଫିସ୍ ରେ ନିଜର ପ୍ରାଧାନ୍ୟ ବୃଦ୍ଧି ପାଇବ ଓ ଯେକୌଣସି ଇଚ୍ଛା ପୂରଣ ହୋଇପାରିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସାଧାରଣ ଦିନଚର୍ଜ୍ୟା ଅତୁଟ ରହିବ। ବିଚାରାଧୀନ କାର୍ଯ୍ୟଗୁଡ଼ିକୁ ସମାଧାନ କରି ସମାଜରେ ଜଣେ ଜ୍ଞାନୀ ବ୍ୟକ୍ତି ଭାବରେ ବିବେଚିତ ହେବେ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମୀନ:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଆକସ୍ମିକ ଧନପ୍ରାପ୍ତି ହେବ। ଆୟପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟୁତବିଭାଗ, ପ୍ରଶାସନବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ଆୟୁର୍ବେଦବିଭାଗ, ଜଳଦାୟବିଭାଗ, ସମାଜ ସୁଧାରକ, ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟମିଡିଆ ବିଭାଗରେ କର୍ମରତଥିଲେ ବିଶେଷ ଲାଭବାନ ହେବେ। ସହକର୍ମୀ ଓ ବିଭାଗୀୟ ଅଧିକାରୀମାନଙ୍କ ସହ ସମ୍ବନ୍ଧରେ ଘନିଷ୍ଠତା ସୃଷ୍ଟିହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।