ମେଷ:-ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ। ବାକ୍ୟ ସଂଯମତା ନରଖିଲେ କର୍ମଜୀବିମାନେ ଅସୁବିଧାର ସମ୍ମୁଖୀନ ହେବେ। ମାଲିମୋକଦ୍ଦମାର ଭୟ ରହିବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଗୃହୋପକରଣ କ୍ରୟ କରିବେ। ବିଦ୍ୟାରେ ଉନ୍ନତି କରିବେ। ଶର୍ଦ୍ଦି ଓ ପିତ୍ତ ଦୋଷ ରୋଗ ସୃଷ୍ଟି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବୃଷ:-ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ।ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ଅଧିକ ପରିଶ୍ରମ କରି ସାମାନ୍ୟଲାଭ ପାଇବେ। ଶରୀରପୀଡ଼ା ଭୋଗ କରି ପାରନ୍ତି। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ରାଜନୀତିରେ ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଅଧିକ ପରିଶ୍ରମ କରି ସାମାନ୍ୟଲାଭ ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସହକର୍ମୀ ଓ ଉଚ୍ଚାଧିକାରୀଙ୍କ ସହଯୋଗରେ ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ହେବ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ଯାତ୍ରାଫଳରେ ଉତ୍ସାହିତ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇ ଗୃହବାହନ ପ୍ରାପ୍ତି ହୋଇପାରେ। କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପରିଜନ ଓ ସାଧୁଜନପ୍ରିୟ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଉଚ୍ଚଆଶା ସଫଳ ହେବ। ରାଜନୀତିରେ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
କନ୍ୟା:-ଦେଶଭକ୍ତି, ଜନସେବା, ସାମାଜିକ କ୍ଷେତ୍ରରେ ଉନ୍ନତିର ରାସ୍ତା ଖୋଲିଯିବ। ବ୍ୟବସାୟୀଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ପ୍ରକୃତିରେ ନମ୍ରତା ଭାବରଖି ପ୍ରତିଦ୍ୱନ୍ଦ୍ୱୀତା କ୍ଷେତ୍ରକୁ ଗଲେ ଜୀବନ ସାଥୀଙ୍କ ପୂର୍ଣ୍ଣସମର୍ଥନ ପାଇବେ। ଯେଉଁମାନଙ୍କର ଓଜନ ଅଧିକ, ସେମାନଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ଘନିଷ୍ଠ ବନ୍ଧୁମାନଙ୍କ ସହିତ ଗମ୍ଭୀର ବିଷୟ ଉପରେ ଆଲୋଚନା କରି ନିଜର ପ୍ରତିଭା ବିଷୟରେ ଅବଗତ ହେବେ। ବ୍ୟବସାୟୀଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଅଧସ୍ତନ କର୍ମୀ ଓ ସାଧାରଣ କର୍ମଚାରୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ପାରିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ନିଜର ମାନସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ରାଜନୀତିରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ଆପଣଙ୍କ କଥାରେ ଜୀବନସାଥୀ ବହୁତ ପ୍ରଭାବିତ ହେବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତିର ବାତା ବରଣ ଦେଖା ଦେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବା ପାଇଁ ଚେଷ୍ଟା ଜାରି ରଖିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରତିକାର- ହଳଦିଆ ରୁମାଲ ଟିଏ ପାଖରେ ରଖନ୍ତୁ।
ମକର:-ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭାବପ୍ରବଣତା ଦୃଢହେବ କିନ୍ତୁ ଦାମ୍ପତ୍ୟ ଜୀବନରେ ଟେନସନ ହେବାର ସମ୍ଭାବନା ଅଛି। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଅନେକ ଦିଗରୁ ଖୁସି ମିଳିବ। ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେବ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରେମକ୍ଷେତ୍ରରେ ବିଫଳ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ ଅଧିକାରୀ ମାନଙ୍କ ପ୍ରିୟଭାଜନ ହେବେ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-କର୍ମକ୍ଷେତ୍ରରେ ଆପଣ ସ୍ୱାଧୀନ ଭାବରେ ନିଜର ସ୍ୱାଧୀନ ମତ ପ୍ରକାଶ କରିପାରିବେ। ଦକ୍ଷତାର ପ୍ରଦର୍ଶନ କରି ପୁରାତନ ପଦ୍ଧତିକୁ ପରିବର୍ତ୍ତନ କରିପାରିବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ସକାରାତ୍ମକ ପରିଣାମରେ ଆତ୍ମବିଶ୍ୱାସ ବଢ଼ିବ ଓ ପରିଶ୍ରମର ଫଳ ପାଇବେ। ଶତ୍ରୁମାନେ ଈର୍ଷାତୁର ହେଲେବି କ୍ଷତିକରି ପାରିବେ ନାହିଁ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ ଅର୍ଥଲାଭ କରିବେ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।