ମେଷ:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବ୍ୟବସାୟରେ ଭାଗୀଦାରୀ ମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ସନ୍ତାନ ସନ୍ତତି ମାନଙ୍କର ଶୁଭ ଖବର ପାଇ ଖୁସି ହେବେ। ବ୍ୟବସାୟିକ କ୍ଷେତ୍ରରେ ଆୟରସ୍ରୋତ ଖୋଲିଯିବା ସହ ଧନମାନ ଦିଗରୁ ସୁରକ୍ଷିତ ରହିବେ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ସଫଳତା ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମିଥୁନ:-ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଆଖପାଖର ଲୋକମାନେ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ। ନିଜ ବ୍ୟକ୍ତିତ୍ୱର ବିକାଶ ହୋଇ ମାନସମ୍ମାନ ପ୍ରତିଷ୍ଠା ବୃଦ୍ଧି ପାଇବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କର୍କଟ:-ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ସୁଖ ଶାନ୍ତିରେ ଦିନଟି କଟାଇବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ସିଂହ:-ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ଓ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଭାବମୂର୍ତ୍ତି ରକ୍ଷା କରି ପାରିବାରିକ ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କନ୍ୟା:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟ ବର୍ତ୍ତୀ ହେବେ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ତୁଳା:-ସହକର୍ମୀ ମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କ କୃପାଭାଜନ ହେବେ। ପ୍ରେମପ୍ରସଙ୍ଗ ଓ ଗୁପ୍ତ ବନ୍ଧୁମାନେ ବାହାରକୁ ପ୍ରକାଶ ପାଇବେ। ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ମାନସିକ ସ୍ୱାସ୍ଥ୍ୟ ଅବ୍ୟବସ୍ଥିତ ରହିବ। ପାରିବାରିକ କ୍ଷେତ୍ରରେ ସ୍ଣେହ ସଦ୍ଭାବର ଅଭାବ ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ଦୂର ଯାତ୍ରାରେ ସଫଳତା ମିଳିବ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସଙ୍ଘର୍ଷରତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ସନ୍ତାନ ସୁଖରେ ସୁଖୀ ହେବେ। ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବା ଫଳରେ ହସ ଖୁସିର ବାତାବରଣ ଖେଳିଯିବ। ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମକର:-ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ବ୍ୟବସାୟିକ ପରିଣାମ ସନ୍ତୋଷଜନକ ହେବ। ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ। ରାଜନୀତି ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ ଓ ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। କେତେକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରି ପାରିବେ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ପ୍ରତିକାର- କଳା ରୁମାଲଟିଏ ପାଖରେ ରଖନ୍ତୁ।
କୁମ୍ଭ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାପାଇ ବ୍ୟବସାୟ ସମ୍ବନ୍ଧିତ ଦୂରଯାତ୍ରା କରି ଆର୍ଥିକ ସହାୟତା ପାଇ ପାରନ୍ତି। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ ଏବଂ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।