ମେଷ:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। କର୍ତ୍ତବ୍ୟ ଠିକ୍ ଭାବରେ ତୁଲେଇବା ଫଳରେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ଶିକ୍ଷାକ୍ଷେତ୍ରରେ ବିଜୟୀ ହେବେ ଓ ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ବିରାଜମାନ କରିବ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପ୍ରତିକାର:-କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।
ବୃଷ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେବାସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ଭାଗ ନେଇ ସରକାରୀ ସାହାଯ୍ୟ ପାଇବାକୁ ଚେଷ୍ଟା କରିବେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ଫେରି ପାଇବେ। ଜାଗା, ଜମି, ଗୃହ, ବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ପୁରୁଣା ପ୍ରାପ୍ୟ ଆଦାୟ ହୋଇ ବହୁବିଧ ସୁଯୋଗ ଜୁଟିବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମିଥୁନ:-ଚାକିରୀ କ୍ଷେତ୍ରରେ ଅଧିକାରୀ ଓ ସହକର୍ମୀଙ୍କ ସହଯୋଗ ମିଳିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ଧାର୍ମିକ, ସାହିତ୍ୟ ପଢିବା ପାଇଁ ମନ ବଳାଇବେ। ନିଜର ଟେକ ରଖିବା ପାଇଁ କିଛି ଏମିତି କାର୍ଯ୍ୟ କରିବେ ଯାହା ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ରୋଗ ଓ ଋଣର ଶୀକାର ହୋଇ ପାରନ୍ତି। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ।ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।
ସିଂହ:-ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମକ୍ଷେତ୍ରରେ କମ୍ ପରିଶ୍ରମ କରି ଅଧିକ ଲାଭ ପାଇବେ। ସ୍ୱାସ୍ଥ୍ୟ ଉତ୍ତମ ରହିବ ଓ ମାନସିକ ଶାନ୍ତି ମିଳିବ। ବାକିଥିବା ଅର୍ଥ ପ୍ରାପ୍ତି ହେବା ଫଳରେ ଗଚ୍ଛିତଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କନ୍ୟା:-ଶୁଭସୂଚନା ପାଇ ପାରିବାରିକ ଜୀବନ ଆନନ୍ଦମୟ ହେବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। କର୍ମଚାରୀମାନଙ୍କ ସହଯୋଗ ଯୋଗୁ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ସାଙ୍ଗସାଥିଙ୍କ ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ତୁଳା:-କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ। ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ଆୟର ସ୍ରୋତ ଖୋଲିଯିବ। ବ୍ୟବସାୟୀମାନେ ଅଧିକ ପୁଞ୍ଜି ନିବେଶ କରି ଆଶାତିତ ଲାଭ ପାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ସଫଳ ହେବେ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟରରେ ଉନ୍ନତି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ଧନୁ:-ସ୍ୱାସ୍ଥ୍ୟ ଠିକ୍ ରହିବା ଫଳରେ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ବାସଗୃହ ଓ ଯାନବାହନ ନେଇ କେତେକ ସମସ୍ୟାର ସମାଧାନ ହୋଇଯିବ। ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ପାଠ ପଢ଼ାରେ ମନଯୋଗ ଦେଇ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମକର:-କେତେକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସହଜ ସରଳ କରି ପ୍ରଶଂସିତ ହେବେ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ। ଲୋକଙ୍କ ସମ୍ପର୍କରେ ରହିବେ। ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପାଖ ପଡୋଶୀମାନେ କଟୁବଚନ ଶୁଣେଇ ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ
କୁମ୍ଭ:-କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନେତା ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗି ପାରନ୍ତି। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ଭାଗ୍ୟ ଆପଣଙ୍କ ପାଇଁ ବୈମାତୃକ ମନୋଭାବ ସୃଷ୍ଟି କରିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।