ଦୈନିକ ରାଶିଫଳ: 24 ଜାନୁୟାରୀ 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଶତୃମାନେ ଦୂରେଇ ଯିବେ। ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସହ ସମ୍ବନ୍ଧ ଦୃଢ ହେବ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ପରିବହନ ବ୍ୟବସାୟରେ ପରିଣାମ ଅନୁକୂଳ ହୋଇ ବିଶେଷ ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ବିଦ୍ୟାରେ ଉନ୍ନତି କରିବେ। ଭାବମୂର୍ତ୍ତି ରକ୍ଷା କରି କର୍ମକ୍ଷେତ୍ରର ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ରତା ଅତୁଟ ରଖି ହେବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ବା ବୁଡି ଯାଉଥିବା ଟଙ୍କା ମିଳି ପାରିବ। ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଘର ଜାଗା ଓ ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପାରନ୍ତି। ପରିବାରରେ ସୁଖଶାନ୍ତି ଫେରି ଆସିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ଓ ଶୁଭ ସୂଚନା ପାଇବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ଶିକ୍ଷା କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସନ୍ତାନ ମାନଙ୍କ ଉନ୍ନତିର ଶୁଭ ସୂଚନା ପାଇ ଖୁସି ରହିବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଶୁଭକାମ କରି ପ୍ରଶଂସିତ ହେବେ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବା ଫଳରେ ଆଶା ମୁତାବକ ଫଳ ପାଇବେ। ସାମାଜିକ କାର୍ଯ୍ୟରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେଇ ଆର୍ଥିକ ସଙ୍କଟ ଦୂର ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ରାଜନୀତିରେ ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରେମପ୍ରସଙ୍ଗ ଓ ଗୁପ୍ତ ବନ୍ଧୁମାନେ ବାହାରକୁ ପ୍ରକାଶ ପାଇବେ। ସନ୍ତାନ ସୁଖରେ ସୁଖୀ ହେବେ। ପାରିବାରିକ ସୁଖ ଶାନ୍ତିରେ ଦିନଟି କଟାଇବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଆର୍ଥିକ ଦିଗରୁ ଉନ୍ନତି ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ନିର୍ମାଣଧୀନ ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।

ମକର:-ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। କର୍ମକ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!