ମେଷ:-ଶରୀର କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଟଙ୍କାର ଆବଶ୍ୟକତା ପୂରଣ ହୋଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟୀକ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ମାତ୍ରାରେ ଲାଭହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ହସ ଖୁସିରେ ସମୟ ବିତିବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ସ୍ୱାସ୍ଥ୍ୟ ଠିକ୍ ରହିବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆନନ୍ଦିତ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତିର ସୂଚନା ପାଇବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।
ମିଥୁନ:-ସାମାଜିକ ପତିଆରା ଅମଳିନ ରହିବା ସହ ଆୟ ଉପାର୍ଜନ ବୃଦ୍ଧି ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। କର୍ମଜୀବି ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
କର୍କଟ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ମିତ୍ରଙ୍କ ସାହାଯ୍ୟରେ ବିଗିଡି ଥିବା କାର୍ଯ୍ୟଟି ସଜାଡି ଦେଇ ପାରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-କର୍ମକ୍ଷେତ୍ରରେ ସହକର୍ମୀମାନେ ଆପଣଙ୍କ କାର୍ଯ୍ୟଶୈଳୀ ଓ ସ୍ୱଭାବକୁ ପ୍ରଶଂସା କରିବେ। ରଚନାତ୍ମକ ଲେଖନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିପାରନ୍ତି। ପରିବାର ସଦସ୍ୟଙ୍କ ମଧ୍ୟରେ ଭଲ ବୁଝାମଣା ରହିବ। ଆଇନଜୀବି ମାନଙ୍କୁ ଏକ କଠିନ ମାମଲା ପାଇବାର ସମ୍ଭାବନା ଅଛି। ସମାଜରେ ଆପଣଙ୍କର ନାମ ଉଚ୍ଚରେ ରହିବ। ଶତୃମାନଙ୍କ ଉପରେ ବିଜୟୀ ହେବେ। ଧର୍ମ କାର୍ଯ୍ୟ ଓ ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ବୃଦ୍ଧି ପାଇବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
କନ୍ୟା:-ସାମ୍ବାଦିକ ମାନେ ଅନେକ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ମନୋକାମନା ପୂରଣ ହେବା ସହ ଆତ୍ମ ବିଶ୍ୱାସ ବୃଦ୍ଧି ପାଇବ। ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ତୁଳା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବା ସହ ପାରିବାରିକ ଜୀବନରେ ସୁଖଶାନ୍ତି ବଜାୟ ରହିବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ନିମ୍ନବର୍ଗଙ୍କ ସହାୟତା ପାଇ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ସୁନାମ ଅର୍ଜନ କରିବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯାନ ବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ଦୂରେଇଯିବେ ଓ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ ପୂର୍ଣ୍ଣକରିବା ପାଇଁ ଚେଷ୍ଟା କରି ପାରନ୍ତି। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।
କୁମ୍ଭ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ଚିତ୍ତ ପ୍ରସନ୍ନ ରହିବ। ଅନେକ ସମସ୍ୟାର ସମାଧାନ ହୋଇ ଉଚ୍ଚ ଆଶାରେ ଆଗେଇବେ। କର୍ମକ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବା ସହ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ମୀନ:-ଶତୃମାନେ ଦୂରେଇ ଯିବେ ଓ ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ ଓ ମେହନତର ପରିଣାମ ମିଳିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।