ଦୈନିକ ରାଶିଫଳ: 24 ଜୁଲାଇ 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପୂରାତନ ବନ୍ଧୁମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଚିନ୍ତା ବା ସମସ୍ୟା ଦୂର ହେବ। ଆର୍ଥିକ ସଙ୍କଟ ଦୂରେଇ ଯାଇ ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଉପରିସ୍ଥ କର୍ମଚାରୀ ମାନଙ୍କର ସହଯୋଗ, ପ୍ରେରଣା, ଆର୍ଥିକ ସହାୟତାରେ କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବାଣିଜ୍ୟ ବ୍ୟବସାୟ ଓ ଅନ୍ୟ କାର୍ଯ୍ୟ ଗୁଡିକରେ ଲାଭଦାୟକ ହେବ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ସହକର୍ମୀଙ୍କ ବ୍ୟାପାରରେ ମୁଣ୍ଡ ପୂରାଇଲେ ମାନସିକ ସ୍ଥିତି ଭଲ ରହିବ ନାହିଁ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରି ପାରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ। ପରକଥାରେ ପଡି ବନ୍ଧୁଙ୍କସହ କଳହ ସୃଷ୍ଟି ହୋଇପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରି ପାରନ୍ତି। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ଶତୃମାନେ ଦୂରେଇ ଯିବା ଫଳରେ ସାମାଜିକ କାମରେ ପ୍ରଶଂସା ମିଳିବ। ଅପେକ୍ଷା କରିଥିବା କାର୍ଯ୍ୟର ଶୁଭ ସୂଚନା ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ସନ୍ତାନମାନଙ୍କ ପାଇଁ ଆନନ୍ଦିତ ହେବେ ଓ ପାରିବାରିକ ଜୀବନ ସୁଖରେ କଟିବ। ଆର୍ଥିକ ସ୍ଥିତି ପୂର୍ବପରି ଠିକ୍ ରହିବ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗୀ ହେବେ। ବାଦବିବାଦ, ମାଲିମୋକଦ୍ଦମା ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଓ ଶିଳ୍ପବାଣିଜ୍ୟ କାମରେ ପ୍ରଶଂସା ମିଳିବ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-କୋର୍ଟ କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ। ଛାତ୍ରଛାତ୍ରୀ ମାନଙ୍କର ବନ୍ଧୁମିଳନ ହେତୁ ମନଖୁସୀ ରହିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ଶୁଭ କାମ କରି ପ୍ରଶଂସିତ ହେବେ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଆନନ୍ଦିତ ହେବ। ସହକର୍ମୀ ମାନଙ୍କ ଯୋଗେ କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତିର ସୁଯୋଗ ପାଇ ପାରନ୍ତି। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବା ସହ ପରୀକ୍ଷା ପ୍ରତିଯୋଗୀତାରେ ସଫଳତା ମିଳିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। କୌଣସି ଧାର୍ମିକସ୍ଥାନରେ କିଛି ଅର୍ଥ ବ୍ୟୟ କରି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ଆୟ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବା ଫଳରେ ସମ୍ମାନଲାଭ କରିବେ। ଟିମୱାର୍କ ଓ ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସିଲ କରି ପାରିବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ମନବଳ ଦୃଢିଭୁତ ହେବା ଫଳରେ ସମ୍ୟକ ବୁଦ୍ଧି ଜାଗ୍ରତ ହେବା ସହ ଇଛାଶକ୍ତି ପ୍ରବଳ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ଆବଶ୍ୟକସ୍ଥଳେ ସହଯୋଗ ପାଇ କାର୍ଯ୍ୟଦକ୍ଷତା ଦେଖାଇବେ। ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହେବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ନୂଆ ନିଯୁକ୍ତି ପାଇବାର ଯୋଗ ଅଛି। ନୂତନକର୍ମ ଆରମ୍ଭ କଲେ ସଫଳ ହେବେ। କଳା, ସାହିତ୍ୟ ଓ ସମ୍ବାଦିକତାରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ। ବ୍ୟବସାୟ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ। ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଦୂରଯାତ୍ରାରେ ସଫଳତା ମିଳିବ। ଅଚାନକ ଭାବରେ ଧନ ପ୍ରାପ୍ତି ହେବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରେମକ୍ଷେତ୍ରରେ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିପାରନ୍ତି। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଗଠନ ମୂଳକ ସାମୁହିକ ଗତିବିଧି ଦ୍ଵାରା ସଫଳତା ପ୍ରାପ୍ତ କରିବେ। ପରିବାରରେ ଆଦରପାଇ ସୁଖଭୋଗ କରିବେ। ଧୈର୍ଯ୍ୟ ଓ ବୁଦ୍ଧିମତା ଯୋଗେ କରିଥିବା କାର୍ଯ୍ୟର ପରିଣାମ ଆପଣଙ୍କ ପକ୍ଷରେ ରହିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତି ଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବ୍ୟବସାୟୀ ମାନେ ପ୍ରଚୁର ଲାଭ ପାଇବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!