ଦୈନିକ ରାଶିଫଳ: 24 ଡିସେମ୍ବର 2023, ରବିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେଇ ପାରନ୍ତି। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶତୃମାନେ ମଥାନତ କରିବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଭବିଷ୍ୟତକୁ ଧ୍ୟାନରେ ରଖି ଖର୍ଚ୍ଚର ଚିଠା ପ୍ରସ୍ତୁତ କରିବେ। ଧାର୍ମିକ କ୍ଷେତ୍ରରେ ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପରିଶ୍ରମର ସୁଫଳ ଭୋଗ କରିବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଉଚ୍ଚ ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଶତୃ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ମନକୁ ଆଘାତ ଲାଗିଲାପରି କଥା ଶୁଣିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ସରକାରୀ କାମରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବ। ସ୍ୱାସ୍ଥ୍ୟରେ ଉନ୍ନତି ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ଉତ୍ସାହବର୍ଦ୍ଧକ ସମାଚାର ପାଇ ବହୁତ ଦିନର ଚିନ୍ତା ସମାପ୍ତ ହେବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ଅଚାନକ ଭାବରେ ଦୂରଯାତ୍ରା କରିବେ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବା ପାଇଁ କୌଣସି ଆୟୋଜନ କରେଇବେ ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଭାଇମାନଙ୍କ ଠାରୁ ଲାଭ ମିଳିବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ଆକସ୍ମିକ ଅର୍ଥଲାଭ ହୋଇ ଆର୍ଥିକ ଚିନ୍ତା ଦୁରହେବ। ସରକାରୀ କ୍ଷେତ୍ରରେ ବହୁତ ଦିନରୁ ପଡିରହିଥିବା କାମ ଜଣେ ପ୍ରଭାବଶାଳି ବ୍ୟକ୍ତିଙ୍କ ସାହାଯ୍ୟରେ ସମ୍ପନ୍ନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ଆଇନ ଅଦାଲତ ଓ ପାରି ବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପରିବାରର ଆବଶ୍ୟକତା ପୂରଣ ଦିଗରେ କିଛି ଖର୍ଚ୍ଚାନ୍ତ ହେବେ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ଶତୃରବିନାଶ ହେବ। କର୍ମକ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ। ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଶତୃମାନେ ମିତ୍ରଭାବ ଆଚରଣ କରିବେ। ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ଅଟକି ଥିବା କାର୍ଯ୍ୟ ଚାଲୁ କରିବାକୁ ଉତ୍ସାହିତ ହେବେ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-ସନ୍ତାନଙ୍କର ଉନ୍ନତିରେ ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। କେତେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। ମିତ୍ରଙ୍କ ସହିତ ସମୟ ବିତେଇବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଶୁଭ ସମାଚାର ମିଳିପାରେ। ପୁରୁଣା ନିବେଶ ଲାଭ ଦେବ। ଆର୍ଥିକସ୍ଥିତି ସୁଧୁରି ଯିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!