ଦୈନିକ ରାଶିଫଳ: 24 ନଭେମ୍ବର 2023, ଶୁକ୍ରବାର, ମା ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଦେଖା ଦେବ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରି ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବା ସହ କରଜ ଭାରରୁ ମୁକ୍ତି ମିଳିପାରେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ପରିଶ୍ରମ ସାର୍ଥକ ହେବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ଉନ୍ନତି ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ନିଜର କାମକୁ ଅଧିକ ଗୁରୁତ୍ଵ ଦେବେ। ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ବାହାରକୁ ଯାତ୍ରା କରିବା ପାଇଁ ଯୋଜନା କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। କୌଣସି ବଡ ସମସ୍ୟାର ସମାଧାନ ହୋଇଯିବ। ମନରେ ଶାନ୍ତି ସନ୍ତୋଷ ଦେଖାଦେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ଆଧ୍ୟାତ୍ମିକ ଓ ବୌଦ୍ଧିକଶକ୍ତି ଜାଗ୍ରତ ହେବ। ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ ଓ ପ୍ରାର୍ଥନା ପାଇଁ ସମୟ ଦେଇ ପାରନ୍ତି। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିପାରିବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-କୌଣସି ବନ୍ଧୁଙ୍କ ମାଧ୍ୟମରେ ଉନ୍ନତିର ରାସ୍ତା ଉନ୍ମୁକ୍ତ ହେବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଦ୍ଵାରା କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କୋର୍ଟକଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ। ପୁରାତନ ରୋଗର ଉପଶମ ହୋଇ ସ୍ଵାସ୍ଥ୍ୟରେ ଉଚିତ ସୁଧାର ଆସିବ। କିଛି ଭଲ କାର୍ଯ୍ୟ କରିବା ପାଇଁ ମନ ବଲେଇ ପାରନ୍ତି। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-ଶାରିରୀକ ଅସୁସ୍ଥତା ଦୂରହେବାସହ ଶତୃ ପରାଜିତ ହେବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ବରିଷ୍ଠ ବ୍ୟକ୍ତି କାମରେ ଖୁସି ହେବେ। ଲକ୍ଷ୍ୟ ପ୍ରାପ୍ତି ପାଇଁ ପ୍ରଯତ୍ନଶୀଳ ରହିବେ। ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ ଓ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବ୍ୟବସାୟରେ ନୂତନଧାରା ଖୋଲିବେ ଓ ଆଶାତୀତ ଲାଭବାନ ହେବେ। ଅଚାନକ ଭାବରେ ଦୂରଯାତ୍ରା କରିପାରନ୍ତି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ମିତ୍ର ଓ ସହଯୋଗୀ ସହଯୋଗ କରିବେ। କୌଣସି ସମାରୋହରେ ବ୍ୟସ୍ତ ରହିବେ। ସାମାଜିକ ସ୍ତରରେ ବାଣୀଯୋଗେ ପ୍ରତିଷ୍ଠା ବଢିବ। ଯୋଗ ଓ ବ୍ୟାୟାମ ଦିନଚର୍ଯ୍ୟାକୁ ବ୍ୟବସ୍ଥିତ ରଖିବ। ବ୍ୟବହାର କୁଶଳତା ଦ୍ଵାରା ନିଜର ଶତୃଙ୍କୁ ମିତ୍ର କରିପାରିବେ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଅସହାୟ ଓ ସାଧାରଣ ଲୋକଙ୍କୁ ସାହାରା ବା ସାହାଯ୍ୟ କରିବାକୁ ମନ ବଳାଇବେ। ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ସାମାଜିକ କଲ୍ୟାଣ କାମରେ ସହଯୋଗ କରି ପ୍ରଶଂସିତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବା ସହ ଆୟ ଉତ୍ତମ ହେବ ଓ ବ୍ୟୟ ହ୍ରାସ ପାଇବାସହ ଉଚ୍ଚଆଶା ପୂରଣ ହେବ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ପରିବାରରେ କୌଣସି ଶୁଭକାର୍ଯ୍ୟ ହେବାସହ ସୁସ୍ଵାଦୁ ବା ମିଷ୍ଟାନ ଭୋଜନ ମିଳିବ। ବ୍ୟବସାୟୀ ମାନଙ୍କର ସହଯୋଗ ପାଇ ମନ ଖୁସୀ ରହିବ ଓ ପ୍ରଚୁର ଲାଭ ପାଇବେ। ଘରୋଇ କର୍ମକ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ମିଳିପାରେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ପରିବାରରେ ଆଦର ସମ୍ମାନ ପାଇ ସୁଖଭୋଗ କରିବେ। ପ୍ରତିଯୋଗୀତା ପରୀକ୍ଷାରେ ସଫଳ ହେବେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!