ଦୈନିକ ରାଶିଫଳ: 24 ଫେବୃୟାରି 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ସଙ୍କଟ ଦୂରେଇ ଯାଇ ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଉପରିସ୍ଥ କର୍ମଚାରୀ ମାନଙ୍କର ସହଯୋଗ, ପ୍ରେରଣାରେ କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ସତର୍କ ନହେଲେ ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ। କୌଣସି କାମପ୍ରତି ମନ ଲାଗିବ ନାହିଁ ତେଣୁ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବାସହ ବାହାନାଦି ପ୍ରାପ୍ତି ହୋଇ ପାରେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବାସହ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ। ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ

କର୍କଟ:-ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ସିଂହ:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ଆର୍ଥିକ ସ୍ଥିତି ପୂର୍ବପରି ଠିକ୍ ରହିବ ଓ ପାରିବାରିକ ଜୀବନ ସୁଖରେ କଟିବ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ଦ୍ଵନ୍ଦ ବା ମତଭେଦର ନିରାକରଣ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ପନିପରିବା ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହୋଇ ଧାର୍ମିକସ୍ଥାନରେ କିଛି ଦାନ କରି ପାରନ୍ତି। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବା ସହ ପରୀକ୍ଷା ପ୍ରତିଯୋଗୀତାରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ ସୁନାମ ଅର୍ଜନ କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ

ବିଚ୍ଛା:-କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହେବ ଓ ନୂତନକର୍ମ ଆରମ୍ଭ କଲେ ସଫଳ ହେବେ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବାସହ ସୁସମ୍ବାଦ ଶୁଣିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ଧନୁ:-ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବାଫଳରେ କର୍ମକ୍ଷେତ୍ରରେ ମାନସମ୍ମାନ ବଢିବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ

ମକର:-କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିପାରନ୍ତି। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଛାତ୍ରଛାତ୍ରୀମାନେ ସାହିତ୍ୟଚର୍ଚ୍ଚା ଓ ବିଦ୍ୟାରେ ସଫଳ ହେବାସହ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବାସହ ବ୍ୟବସାୟୀ ମାନେ ପ୍ରଚୁର ଲାଭ ପାଇବେ। ଅଧିକାରୀଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମୀନ:-ଶରୀରସୁସ୍ଥ ରହିବାସହ ଶତ୍ରୁହାନୀ ହେବାଯୋଗେ ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ଶ୍ରମ ସାର୍ଥକ ହୋଇ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ସନ୍ତାନମାନେ ଉଚିତ୍ପନ୍ଥା ଗ୍ରହଣ କରି ମାନସିକ ଶାନ୍ତି ପାଇବେ। ରାଜନୀତି କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!