ଦୈନିକ ରାଶିଫଳ: 24 ଫେବୃୟାରୀ 2025, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବା ସହ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ଯେ କୌଣସି ସାମାଜିକ ସଂସ୍ଥାରେ ଦାନ କରିପାରନ୍ତି। ସବୁ କ୍ଷେତ୍ରରେ ଶୁଭଫଳ ପ୍ରାପ୍ତି ହେବ। ଆର୍ଥିକ ଅବସ୍ଥା ସ୍ୱାଭାବିକ ରହିବ। ବିଦେଶ ଯାତ୍ରା କରିବାର ସମ୍ଭାବନା ଅଛି । ନିଜ ସୁଖ ସୁବିଧା ପାଇଁ ଟଙ୍କା ଖର୍ଚ୍ଚ କରିପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ପରିବହନରେ ବିଶେଷ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ। ବିଶେଷ କରି ଛାତ୍ରଛାତ୍ରୀ ମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। କାହାର କଥାକୁ ଶୀଘ୍ର ବିଶ୍ୱାସ କରନ୍ତୁ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ସବୁ ସମସ୍ୟାର ସମାଧାନ କରିବା ପାଇଁ ବାଟ ଖୋଜିବାରେ ବ୍ୟସ୍ତ ରହିବେ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସମ୍ପତ୍ତି ବିବାଦକୁ ଆଇନଗତ ଭାବରେ ସମାଧାନ କରିବାକୁ ଚେଷ୍ଟା କରିବେ। ନିଜ ସ୍ୱାସ୍ଥ୍ୟ ପ୍ରତି ଯତ୍ନ ନେବା ଜରୁରୀ ଅଟେ। ସମ୍ପର୍କ ଦୃଷ୍ଟିରୁ ବହୁତ ଲାଭବାନ୍‌ ହେବେ ଓ ମିତ୍ରମାନଙ୍କ ସହିତ ସମୟ ବ୍ୟତୀତ କରିବେ। ବାପାଙ୍କ ମାର୍ଗଦର୍ଶନ ହେତୁସବୁ କ୍ଷେତ୍ରରେ ଶୁଭଫଳ ମିଳିବ ଓ କାର୍ଯ୍ୟ ସମ୍ବନ୍ଧରେ ସକ୍ରିୟତା ବୃଦ୍ଧି ପାଇବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଶତୃମାନେ ମଥାନତ କରିବେ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। କର୍ମକ୍ଷେତ୍ରରେ ଲୋକପ୍ରିୟତା ହାସଲ କରି ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସବୁ କାର୍ଯ୍ୟ ନିଜର ମତାମତ ଅନୁଯାଇ କରିଥିବା ପରି ମନେ ହେବ। ଭୌତିକ ସୁଖ ସୁବିଧାରେ ବୃଦ୍ଧି ହେବ। ଛାତ୍ର ଛାତ୍ରୀମାନଙ୍କର ଶୁଭଫଳ ପ୍ରାପ୍ତି ହେବ। ପର୍ଯ୍ୟଟନ କ୍ଷେତ୍ର ସହିତ ଜଡିତ ବ୍ୟବସାୟରେ ବହୁତ ଲାଭ ହେବ। ଆଇନ ଅଦାଲତ ଓ ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବା ପାଇଁ ମାଲିକ ଯୋଜନା କରିବେ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଆର୍ଥିକ ଲାଭ ମଧ୍ୟ ହୋଇପାରେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ସକାରାତ୍ମକ ଚିନ୍ତାଧାରାର ପରିବର୍ତ୍ତନ ହୋଇପାରେ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ଭାଗୀଦାରୀ ବ୍ୟବସାୟି ମାନଙ୍କ ସହିତ ତାଳମେଳ ରହିବା ଫଳରେ ଆତ୍ମବିଶ୍ଵାସ ବୃଦ୍ଧି ପାଇ ଭଲ ସୁଯୋଗ ଆସିବ। ଘରକୁ ଅତିଥିମାନେ ଆସିବା ଫଳରେ ଆଧ୍ୟାତ୍ମିକ ପ୍ରଭାବରେ ରହିବେ। ଜୀବନସାଥୀଙ୍କ ସହିତ ମତଭେଦ ବଢିବାକୁ ଦିଅନ୍ତୁ ନାହିଁ। ଯଦି ଶାରୀରିକ ଦୁର୍ବଳତା ଅଛି ତେବେ ନିଶ୍ଚୟ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସମ୍ପତ୍ତି ସଂବନ୍ଧିୟ ବିବାଦ ସମାଧାନ ହୋଇଯିବ। ବ୍ୟବସାୟରେ ଆଶା କରିଥିବା କ୍ଷେତ୍ରରୁ ଅଧିକ ଧନ ଲାଭ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ ପ୍ରସ୍ତାବ ପାଇବେ। ଆଇଟି ଓ ସଫ୍ଟୱେର୍‌ କ୍ଷେତ୍ରରେ ଜଡିତ ଲୋକମାନଙ୍କର କାର୍ଯ୍ୟଦକ୍ଷତା ଉତ୍କୃଷ୍ଟ ହେବ। ଅଧିକାଂଶ କାର୍ଯ୍ୟ ଫୋନ୍‌ ମାଧ୍ୟମରେ ସମ୍ପର୍ଣ୍ଣ କରିବେ। ଗୁରୁଜନମାନଙ୍କ ପରାମର୍ଶରେ କାର୍ଯ୍ୟ କଲେ ଲାଭ ମିଳିବ। ଅନ୍ୟମାନଙ୍କ ପାରିବାରିକ ମାମଲାରେ ହସ୍ତକ୍ଷେପ କରନ୍ତୁ ନାହିଁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ଶେୟାର ଓ ସଟ୍ଟାରେ ଭଲଲାଭ ହେବା ସହ ବ୍ୟବସାୟରେ ଭଲ ଅଫର୍ ପାଇବେ। ଯେଉଁମାନେ ବିଦେଶ ଯିବାକୁ ଚାହୁଁଛନ୍ତି ସେମାନଙ୍କୁ ସୁଯୋଗ ମିଳିବାର ସମ୍ଭାବନା ଅଛି। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମକର:-ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ଛାତ୍ରଛାତ୍ରୀ ମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ନିର୍ମାଣ, ଯୋଗା ଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ସାଙ୍ଗମାନଙ୍କ ସହିତ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରି ନିର୍ଯାସ ବାହାର କରି ପାରିବେ। ପରିବାରର ସହଯୋଗ ମିଳିବା ହେତୁ ମନୋବଳ ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି ପାଇଁ ଦୂରଦୃଷ୍ଟି ସମ୍ପନ୍ନ ନିଷ୍ପତ୍ତି ନେଇପାରନ୍ତି। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାମାନେ ଆପଣଙ୍କ ପ୍ରତି ଈର୍ଷା ପରାୟଣଭାବ ରଖିପାରନ୍ତି। ନିଜର ଇଛାଶକ୍ତିକୁ ଅବହେଳା କରନ୍ତୁ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!