ଦୈନିକ ରାଶିଫଳ: 24 ମଇ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମ କ୍ଷେତ୍ରରେ ଉନ୍ନତି ସହିତ ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଯୋଗାଯୋଗ କରି ବେଶ୍ ଆନନ୍ଦ ଅନୁଭବ କରିବେ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହୋଇ ପାରେ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରି ପାରନ୍ତି। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ରାଜନୀତିରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ହେବା ସହ ଉଚ୍ଚସ୍ଥାନ ସଂପୃକ୍ତି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇ କାର୍ଯ୍ୟରେ ଖୁସି ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରି ପାରନ୍ତି। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ରାଜନୀତି କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବାସହ ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପଡାପଡୋଶୀ ଓ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-କର୍ମକ୍ଷେତ୍ରରେ ସାଧାରଣ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବୃଦ୍ଧି ପାଇପାରେ। ସାମାଜସେବା କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ଛାତ୍ର ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସନ୍ତାନ ସନ୍ତତି ମାନଙ୍କର ଶୁଭ ଖବର ପାଇ ଖୁସି ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ହେବା ସହ ସ୍ଥଗିତଥିବା କର୍ମଟି ପୂରଣ ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେଲେ ମଧ୍ୟ ଖର୍ଚ୍ଚ ଅଧିକ ହେବ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ। ଆମୋଦ ପ୍ରମୋଦ, ମନୋରଞ୍ଜନରେ ସମୟ ବିତେଇ ପାରନ୍ତି। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ବନ୍ଧୁଙ୍କ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବା ସହ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖାଦେଇ ପାରେ। ବାକ୍ ସଂଯମତା ନ ରହିଲେ ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତିର ସୂଚନା ପାଇ ମନ ଆନନ୍ଦ ହେବ। ବନ୍ଧୁଙ୍କ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବା ସହ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ।ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!