ଦୈନିକ ରାଶିଫଳ: 24 ମଇ 2025, ଶନିଦେବଙ୍କ କୃପାରୁ ଆଜି ଏହି 4 ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ନୂତନ ସମ୍ବନ୍ଧ ସୃଷ୍ଟି ହେବାଯୋଗେ ଚିନ୍ତା ଭାବନା ଦୂର ହୋଇ ଯିବ। ମାଙ୍ଗଳିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ ପତିଆରା ଅମଳିନ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଗୁରୁଜନମାନଙ୍କର ଆଦର ପାଇବା ସହ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ଆଦୌ ମନ ଲାଗି ନ ପାରେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଆୟ ବୃଦ୍ଧି ହେବା ଫଳରେ ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଉଚ୍ଚଆଶା ସଫଳ ହେବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।

କର୍କଟ:-କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତିସହିବେ। ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ। ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ରାଜନୀତିରେ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ପାଇଁ ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ।

ବିଚ୍ଛା:-ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପ୍ରଶାସନିକ ସ୍ତରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ବ୍ୟବସାୟରେ ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ରାଜନୀତିରେ ଉନ୍ନତି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସାହସର ସହିତ ପରିସ୍ଥିତିକୁ ସାମ୍ନା କରି ପାରିବେ ଓ ସହକର୍ମୀଙ୍କ ଠାରୁ ପ୍ରଶଂସାବାଣୀ ଶୁଣିବାକୁ ପାଇବେ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବା ହେତୁ, ସବୁ ସ୍ଥାନରେ ଭଲ ପ୍ରଦର୍ଶନ କରି ପାରିବେ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।

କୁମ୍ଭ:-ସମାଜିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କାଷ୍ଠ ଉପକରଣ ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଅନ୍‌ଲାଇନ୍‌ ସପିଂରେ ବହୁତ ସଞ୍ଚୟ କରିପାରିବେ। ପରିବାରର ସଦସ୍ୟମାନେ ବହୁତ ଖୁସି ହେବେ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ବ୍ୟବସାୟରେ ମନମୁତାବକ ଲାଭ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!