ଦୈନିକ ରାଶିଫଳ: 24 ସେପ୍ଟେମ୍ବର 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାଂସାରିକ ଜୀବନ ସୁଖମୟ ହେବା ସହ ପତି ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ମାନସିକ ସ୍ତରରେ ଅସ୍ଥିରତା ଅନୁଭବ କରିବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଭୋଗବିଳାସରେ ସାମିଲ ହେବାକୁ ସମୟ ସୃଷ୍ଟି କରି ପାରିବେ।କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ନିଜର କାମ ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ୍। ଆପଣଙ୍କ ଖାଦ୍ୟ ବିଷୟରେ ସାବଧାନ ରୁହନ୍ତୁ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ହରାଇଥିବା ଧନ ପ୍ରାପ୍ତି ହେବ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି ପାଇବେ। ପାଠ ପଢ଼ାରେ ମନଯୋଗ ଦେଇ ଉଚ୍ଚ ବିଦ୍ୟା ପାଇଁ ପ୍ରୟାସରତ ଥିଲେ ଶୁଭସୂଚନା ପାଇବେ। ଦୂରଯାତ୍ରା ପାଇଁ ସୁଯୋଗ ଆସିପାରେ। ମାନସିକ ଚିନ୍ତା ଦୂର ହେବ। ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସର ମାନେ ସନ୍ତୋଷ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହୋଇ ଶରୀର ସୁସ୍ଥ ରହିବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ରସାୟନଜ୍ଞ ଓ ଡାକ୍ତରମାନଙ୍କର ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ନିଜ ଚେଷ୍ଟାରେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ବ୍ୟାପାର ଓ କାରବାରରେ ସୁଧାର ଆସିବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ନିଜର ଯୋଜନାରେ ହଠାତ୍ ପରିବର୍ତ୍ତନ କାମକୁ ନଷ୍ଟ କରିପାରେ। ସ୍ୱାସ୍ଥ୍ୟର ଯତ୍ନ ନେବା ଉଚିତ୍। ଖରାପ ଅଭ୍ୟାସଠାରୁ ଦୂରେଇ ରୁହନ୍ତୁ। ପ୍ରତିକାର-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇଆଶା ପୂରଣ ହେବାର ରାସ୍ତା ଖୋଲିଯିବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଘଟି ପାରେ। ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶାରିରୀକ ଅସୁସ୍ଥତା ଦୂରହେବ। ସରକାରୀ କାମରେ ସଫଳତା ମିଳିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନୂତନକର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୂରସ୍ଥାନକୁ ଯାତ୍ରା କରିଲେ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବାସହ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ବହୁତ ଦିନରୁ ଚିନ୍ତା କରୁଥିଲେ ଯେଉଁ କାମ ବିଷୟରେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ନୂତନ ଦ୍ରବ୍ୟ କ୍ରୟ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-ପିଲାମାନେ ମାଆ ବାପାଙ୍କ ଆଦେଶ ପାଳନ କରିବେ। ରିଅଲ୍ ଇଷ୍ଟେଟ୍ ସମ୍ବନ୍ଧୀୟ ବ୍ୟବସାୟରେ ଅତ୍ୟଧିକ ଲାଭ ହେବ। ବୁଦ୍ଧିମାନ ଲୋକଙ୍କଠାରୁ ମାର୍ଗଦର୍ଶନ ନେବାକୁ ସୁଯୋଗ ପାଇବେ। ଶରୀରରେ କୌଣସି ଅସୁବିଧା କିମ୍ବା ଦୁର୍ବଳତା ଅନୁଭବ କରୁଥିଲେ ଡାକ୍ତରୀ ପରାମର୍ଶ ନିଅନ୍ତୁ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ବିରୋଧୀ ମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସ ବୃଦ୍ଧି, କ୍ଷମାଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବା ସହ ଅଶାନ୍ତିର ଝଡ ଶାନ୍ତ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!