ମେଷ:-ବିଦ୍ୟାକ୍ଷେତ୍ରରେ ବିଜୟ ପ୍ରାପ୍ତ ହୋଇ ପ୍ରଶଂସା ପାଇବା ସହ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ରାଜନୀତିରେ ଉପରିସ୍ଥ କର୍ମୀଙ୍କ ଶ୍ରଦ୍ଧା ବା ପ୍ରିୟଭାଜନ ହେବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ଶୁଭକାର୍ଯ୍ୟର ଆୟୋଜନ କରିପାରିବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି କରିବେ। ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ। ପଢିବା, ପଢେଇବାରେ ସଫଳତା ମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କେହି କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।
ମିଥୁନ:-ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ତ ଜରୁରୀ କାର୍ଯ୍ୟ ସୁଚାରୁରୂପେ ହୋଇ ପାରିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ଉଚ୍ଚାଧିକାରୀ, ସହକର୍ମୀଙ୍କ ସହଯୋଗରେ ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ହେବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
କର୍କଟ:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। କର୍ମକ୍ଷେତ୍ରଟି ସୁଦୃଢ ହେବା ଫଳରେ ମନ ଖୁସି ରହିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ଉନ୍ନତି ହେବ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ସିଂହ:-ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ପରିବାରରେ ମାନ ମନାନ୍ତର ଦୂର ହୋଇ ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଖେଳ, କୁଦ ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କନ୍ୟା:-ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ବନ୍ଧୁଙ୍କ ଶୁଭକର୍ମରେ ଯୋଗ ଦେବାକୁ ବାଧ୍ୟ ହେବେ। ରାଜନୈତିକ କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ବିଦ୍ୟାରେ ଉନ୍ନତି କରିବେ। ରାଜନୈତିକ କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରି ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର ହେଲେ ମଧ୍ୟ ବ୍ୟୟ ଅଧିକ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ସମସ୍ତ ବାଧାକୁ ଭ୍ରୂକ୍ଷେପ ନକରି ସଂଘର୍ଷ କରି ଆଗକୁ ବଢି ପାରିବେ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଭାବନାର ବଶୀଭୂତ ହୋଇ ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ବନ୍ଧୁଙ୍କ ଆଗମନ ହେବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ରାଜନୀତିରେ ସଫଳତା ମିଳିବା ସହ ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ।ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସରକାରୀ କାମରେ ସଫଳତା ପାଇବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରେମିକ ପ୍ରେମିକା ମାନେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ଯାତ୍ରା ଫଳରେ ଉତ୍ସାହିତ ହେବେ ଓ ମାନସିକ ଶାନ୍ତି ମିଳିବ। ସାଙ୍ଗସାଥି ମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଭବିଷ୍ୟତ ପାଇଁ ଯୋଜନା କରି କେତେକ କ୍ଷେତ୍ରରେ ଅର୍ଥ ବିନିଯୋଗ କରି ପାରନ୍ତି। ବ୍ୟବସାୟରେ ଆଶା କରାଯାଉଥିବା ଲାଭ ପାଇ ମନ ଆନନ୍ଦ ହେବ। ବଡ଼ ଲକ୍ଷ୍ୟ ହାସଲ କରିବା ପାଇଁ ଅପରିଚିତ ଲୋକଙ୍କୁ ଅଧିକ ବିଶ୍ଵାସ କଲେ କ୍ଷତିହେବନାହିଁ। ସମ୍ପର୍କୀୟମାନେ ଘରକୁ ଆସିପାରନ୍ତି। ପ୍ରତିକାର- ନୀଳରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
ମୀନ:-ନିଜର ଯୋଗ୍ୟତା ଓ ଦକ୍ଷତାର ଉପଯୋଗ କରିବାରେ ସକ୍ଷମ ହେବ। ଲେଖା ଏବଂ ଗଣମାଧ୍ୟମ ସମ୍ବନ୍ଧୀୟ କାର୍ଯ୍ୟଗୁଡ଼ିକ ଲାଭଦାୟକ ହେବ। ଅସମାପ୍ତ କାର୍ଯ୍ୟଗୁଡ଼ିକୁ ସଂପୂର୍ଣ୍ଣ କରିବାକୁ ଆଗ୍ରହୀ ହେବେ। ଯଥାକ୍ଷେତ୍ରରେ ଟଙ୍କା ବିନିଯୋଗ ପାଇଁ ନିଷ୍ପତ୍ତି କଲେ ସମୟ ବହୁତ ଭଲ ରହିବ। ଆଜିର ସମୟ ପରିବାର ଜନଙ୍କ ସହିତ ମନୋରଞ୍ଜନରେ ଅତିବାହିତ କରି ପାରନ୍ତି। ନୂତନ ଶାସ୍ତ୍ର ଶିଖିବା ପାଇଁ ଦିନଟି ଉତ୍କୃଷ୍ଟ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।