ଦୈନିକ ରାଶିଫଳ: 25 ଅକ୍ଟୋବର 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ମାଲି ମୋକଦ୍ଦମାରେ ଆଶାବାଦୀ ହେବେ। ରାଜନୀତି କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ଦାମ୍ପତ୍ୟ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବାସହ ମାନସିକ ଶାନ୍ତିପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଅଧାଥିବା କାର୍ଯ୍ୟ ପୂରଣ ହେବ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ପାରିବେ। ଶିକ୍ଷା କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-କାର୍ଯ୍ୟାଳୟ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ସମସ୍ୟା ସମାଧାନ ହେବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ପାରନ୍ତି। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବା ସହ ନୂଆ ଯୋଜନାରେ ସଫଳ ହେବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ବକେୟା ଅର୍ଥ ଆଦାୟ ହେବ। କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ପାରନ୍ତି। ଜମି ଜମା ସଙ୍କ୍ରାନ୍ତିୟ ସମସ୍ତ ସମସ୍ୟାରେ ସଫଳତା ମିଳିବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:- ଶରୀର ଭଲ ରହିବା ଯୋଗେ ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ଶତୃ ବିରୋଧୀ ମାନେ କିଛି କ୍ଷତି କରି ପାରିବେ ନାହିଁ। ବ୍ୟବସାୟୀ ମାନେ ସ୍ଥଳବିଶେଷରେ ବିନାପରିଶ୍ରମରେ ଅଧିକ ଲାଭବାନ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ଆକସ୍ମିକ ଧନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବାସହ ଶାନ୍ତି ପାଇବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ ଓ ସାଧାରଣ ବାତାବରଣ ଜାରିରହିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇପାରନ୍ତି। ପ୍ରତିକାର:-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଶରୀର ଭଲ ରହିବା ଯୋଗେ ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ। ବାଦବିବାଦ, ମାଲିମୋକଦ୍ଦମା, କ୍ରୀଡ଼ା, କଳା, ସଂସ୍କୃତି କ୍ଷେତ୍ରରେ ବିଜୟୀହେବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ଓ ଶୁଭ ସମାଚାର ପାଇ ଖୁସି ହେବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବାସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ପରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବାସହ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଭାତୃବିବାଦ, ପଡ଼ୋଶୀକଳହ, ଜାଗାଜମିପାଇଁ ଥିବା ସମସ୍ୟାର ଅପୋଷ ସମାଧାନ ହେବ। ବନ୍ଧୁ ମିତ୍ରଙ୍କର ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ। କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ରହିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବା ସହ ଆବଶ୍ୟକସ୍ଥଳେ ସହଯୋଗ ମଧ୍ୟ ପାଇବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବାକୁ ପଡିପାରେ। ପ୍ରତ୍ୟେକ କ୍ଷେତ୍ରରେ ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ଆତ୍ମୀୟମାନେ ବିଶ୍ୱାସଘାତକତା କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!