ମେଷ:-ସ୍ୱାସ୍ଥ୍ୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ଅବିବାହିତ ଯୁବକ ଓ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବ୍ୟବସାୟରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ନୂତନ କର୍ମ ନିଯୁକ୍ତି ପାଇବେ। ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ସ୍ଥଗିତଥିବା କର୍ମଟି ପୂରଣ କରିବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଅଧିକ ଲାଭ ପାଇବେ। ବାକ୍ୟ ସଂଯମତା ରଖିଲେ ମାଲିମୋକଦ୍ଦମାରେ ବିଜୟ ସୁନିଶ୍ଚିତ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କର୍କଟ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ରାଜନୀତି କ୍ଷେତ୍ରରେ କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଉଚ୍ଚଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ କାରବାରରେ ସୁଧାର ଆସି ଆଶାତୀତ ଲାଭ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ସିଂହ:-ଶିକ୍ଷାର୍ଥୀ ମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଭଲ କାମ କରି ସୁଖରେ ଦିନଟି ବିତାଇବେ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
କନ୍ୟା:-ତଳ ମହଲରୁ ଆଶାତୀତ ଲାଭ ପାଇବେ। ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସହକର୍ମୀ ମାନଙ୍କର ସମର୍ଥନ ସାହାଯ୍ୟ ସହଯୋଗ ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ତୁଳା:-ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଭ୍ରମଣକାଳରେ ସୁଖ, ସହକର୍ମୀଙ୍କସହ ବିବାଦ ମେଣ୍ଟି ଯାଇପାରେ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ଶିଳ୍ପ ପ୍ରତିଷ୍ଠା ବା ନୂତନ ଯୋଜନା ସାଫଲ୍ୟ ଦାୟକ ହେବ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ବନ୍ଧୁ ମିତ୍ର ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ ପ୍ରତିଷ୍ଠା ବଢିବ। ପ୍ରତିକାର- କଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
କୁମ୍ଭ:-ସ୍ୱାସ୍ଥ୍ୟରେ ଉନ୍ନତି, କର୍ମକ୍ଷେତ୍ରରେ ପଦନ୍ନୋତି ଓ ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ବିଶେଷ ଲାଭବାନ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମୀନ:-ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ବିଦ୍ୟା ଓ ଖେଳରେ ଉନ୍ନତି ହେବ। ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।