ଦୈନିକ ରାଶିଫଳ: 25 ଅଗଷ୍ଟ 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ କ୍ଷେତ୍ରରେ ପ୍ରଶଂସିତ ହେବେ। ମାଆବାପାଙ୍କ ସହ ସମ୍ପର୍କ ଭଲ ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବା ସହ ତଳ ମହଲରୁ ଆଶାତୀତ ଲାଭ ପାଇବେ। ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ। କର୍ମକ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ସୁଖ ଶାନ୍ତିରେ ଦିନଟି କଟାଇବେ। ଶୁଭ ସମ୍ବାଦପାଇ ଖୁସିହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି।ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବ୍ୟବସାୟୀମାନଙ୍କର କାରବାର ବଢ଼ିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ ଓ ଦୂର ନିକଟ ବ୍ୟବସାୟରେ ତିଷ୍ଠି ରହି ପାରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କର୍କଟ:-ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ପରିବାରରେ ମାନ ମନାନ୍ତର ଦୂର ହୋଇ ସ୍ନେହ ସହାନୁ ଭୂତି ପ୍ରାପ୍ତି ହେବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ସାଧାରଣ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ନ ଚାଲିଲେ ପରେ ହଇରାଣ ହେବେ।କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ରାଜନୀତି କ୍ଷେତ୍ରରେ ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରି ପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ଋଣ ଭରଣା ପାଇଁ ଚେଷ୍ଟା କରିବେ। ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। କର୍ମଜୀବି ମାନଙ୍କୁ ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ। ବାଦବିବାଦ, କୋର୍ଟ କଚେରୀ ମାମଲା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ସମସ୍ତ ଚେଷ୍ଟା ସଫଳ ହେବ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହୋଇ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ଜନସେବାକରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଭଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟିକ କ୍ଷେତ୍ରରେ ସାମାନ୍ୟ ଉନ୍ନତି ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ସ୍ୱାସ୍ଥ୍ୟ, ସତସଙ୍ଗ ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ରହିବ। ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ। କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ। ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

କୁମ୍ଭ:-ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବ୍ୟବସାୟମାନେ ଅଧିକ ଲାଭ କରିବେ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-ବ୍ୟବସାୟୀମାନେ ଅଧିକ ଲାଭ କରିବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!