ଦୈନିକ ରାଶିଫଳ: 25 ଅପ୍ରେଲ 2025, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି 4 ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ ଓ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ଟଙ୍କାର ଆବଶ୍ୟକତା ପୂରଣ ହୋଇ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନବୃଦ୍ଧି ଓ ସୁଖ ସମ୍ପଦ ପ୍ରାପ୍ତିହେବ। କର୍ମକ୍ଷେତ୍ର ରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ସୁଖ ପ୍ରାପ୍ତି ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଗୃହୋପକରଣ କ୍ରୟ କରିବେ। ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବା ସହ ସବୁଥିରେ ସଫଳତା ମିଳିବ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭ ହେବ। ଅଧା ଅଧୁରା କାର୍ଯ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ କ୍ଷେତ୍ରରେ ଆର୍ଥିକ ଉନ୍ନତି ହେବା ସହ ଶତୃ ପରାଜିତ ହେବେ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବା ସହ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ପ୍ରତିକାର:-କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

କର୍କଟ:-ରାଜନୀତିରେ ଆପଣଙ୍କୁ ଏକ ନୂତନ ଦଳ ସହିତ କାମ କରିବାକୁ ପଡିପାରେ। ଲୁଗାପଟା ସୌଖୀନ ଦ୍ରବ୍ୟର ବ୍ୟବସାୟୀ ମାନେ ଭଲଲାଭ କରିବେ। ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ କେତେକ କ୍ଷେତ୍ରରେ ଲାଭବାନ ହେବେ। ଗୃହୋପକରଣ କ୍ରୟ କରିବାଯୋଗେ ଆର୍ଥିକ ସଙ୍କଟ ଦେଖାଦେବ। ପରିବାର ସଦସ୍ୟଙ୍କ କାର୍ଯ୍ୟକଳାପକୁ ନେଇ କ୍ରୋଧିତ ହୋଇପାରନ୍ତି। ଆତ୍ମୀୟମାନେ ବିଶ୍ୱାସଘାତକତା କରି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବାସହ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ପୁରାତନ ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗେ ମନ ଅଶାନ୍ତି ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-କର୍ମଚାରୀ ମାନଙ୍କର ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ସମାଧାନ କରିପାରିବେ। ବ୍ୟବସାୟ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ରାଜନୀତିରେ ବନ୍ଧୁମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରିବେ। ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଦୂର ଯାତ୍ରାରେ ସଫଳ ହେବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ ଓ ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଷ୍ଟକ୍ ମାର୍କେଟ ବା ସେୟାର ବଜାରରେ ଅଧିକ ବିନିଯୋଗ କରିଲେ ଅତ୍ୟଧିକ ଲାଭବାନ ହେବେ। ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ କିଛି ସଂଗ୍ରହ କରି ପାରନ୍ତି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିପାରନ୍ତି। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସ ଘାତକତା କରି ପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଆର୍ଥିକଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ କିଛି ସଂଗ୍ରହ କରି ପାରନ୍ତି। ଭାଗୀଦାରୀଙ୍କ ପାଇଁ ଭଲ ଲାଭ ପାଇ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସଂପର୍କ ରହିବ। ରାଜନୈତିକ କ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ। କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ନିଜର କାର୍ଯ୍ୟଗୁଡ଼ିକୁ ଠିକ୍ ସମୟରେ ସମାପ୍ତ କରିବାପାଇଁ ଚେଷ୍ଟିତ ହେବେ। ପତିପତ୍ନୀ ଉଭୟଙ୍କ ପ୍ରତି ବହୁତ ଆକର୍ଷିତ ହେବେ। ଭଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇଆଶା ପୂରଣ ହେବାର ରାସ୍ତା ଖୋଲିଯିବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଘଟି ପାରେ। ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!