ଦୈନିକ ରାଶିଫଳ: 25 ଏପ୍ରିଲ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ କାର୍ଯ୍ୟ ପାଇଁ ଅନୁକୂଳ ହେବା ସହ କ୍ୟାରିୟର ସମ୍ବନ୍ଧରେ ବହୁତ ଶୁଭ ହେବ। ଆପଣଙ୍କ ପରିବାର ସଦସ୍ୟମାନେ ଆପଣଙ୍କ ସହିତ ବହୁତ ଖୁସି ହେବେ। ଆଚରଣରେ ନମ୍ରତା ରହିବା ଫଳରେ ବ୍ୟବସାୟରେ ଆୟ ବୃଦ୍ଧି କରିବାର ସୁଯୋଗ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୁତନ କାର୍ଯ୍ୟ ଆରମ୍ଭ କରି ପାରିବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୈତିକ କ୍ଷେତ୍ରରେ ବଡନେତାଙ୍କୁ ସନ୍ତୁଷ୍ଟ କରିବା ସହଜ ସରଳ ହେବ। ବିଦ୍ୟାରେ ମନନିବେଶ କରି ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ବଢ଼ିବ। କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ସମ୍ପର୍ଣ୍ଣକରି ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କରି ଅନେକ ଆଶୀର୍ବାଦ ପାଇବେ। ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ତୁଟି ଯାଇପାରେ। ବାଦବିବାଦଠାରୁ ଦୂରେଇ ରହିବା ଉଚିତ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନ ନିବେଶ କରିବେ ଓ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ପାଇବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ସ୍ୱାସ୍ଥ୍ୟ ଠିକ୍ ରହିବ। ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ। ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଆଣିଦେବ ଓ ପ୍ରତିଷ୍ଠା ଖ୍ୟାତି ମଧ୍ୟ ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। କର୍ମକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟ ପ୍ରାପ୍ତି ହେବ। ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନା ଯୁକ୍ତ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପଦସ୍ଥ ବ୍ୟକ୍ତିଙ୍କ ସହ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବା ସହ କଷ୍ଟବି ପାଇବେ। ଅସହାୟ ଓ ସାଧାରଣ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଶତୃମାନେ ପଛଘୁଞ୍ଚା ଦେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସୁସମ୍ବାଦ ଶୁଣିବେ, ଆର୍ଥିକ ସମସ୍ୟା ଦୂର ହେବାସହ ଉଚ୍ଚଆଶା ସଫଳ ହେବ। ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ ଓ କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପରିବାରରେ ମାନ ମନାନ୍ତର ଦୂରହୋଇ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ଯୋଗୁ ବାଦବିବାଦଠାରୁ ଦୂରେଇ ରହିବା ଉଚିତ୍। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ ଓ ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଅନେକ ପ୍ରକାର ସୁବିଧା ସୁଯୋଗ ପାଇବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ହୋଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହାଁଇ ପାରିବେ। କାରବାରରେ ସୁଧାର ଆସିବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। କର୍ମକ୍ଷେତ୍ରରେ ପୁରୁଣା ସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ବନ୍ଧୁ, ମିତ୍ର, ସହକର୍ମୀ ଓ ଭାଗୀଦାରୀଙ୍କ ପାଇଁ ପ୍ରଚୁର ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ବିରୋଧୀ ମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ସ୍ଵାସ୍ଥ୍ୟ କ୍ଷେତ୍ରରେ ଉଦରପୀଡା ଓ ଚକ୍ଷୁପୀଡା ଦେଖା ଦେଇ ପାରେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!