ଦୈନିକ ରାଶିଫଳ: 25 ଜାନୁୟାରୀ 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ। ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ। ବିଦ୍ୟାର୍ଥିଙ୍କର ଉନ୍ନତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ନିର୍ମାଣଧୀନ କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଛାତ୍ରଛାତ୍ରୀମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ସମାଜ ସେବା କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅଧିକାରୀଙ୍କଠାରୁ ସହଯୋଗ ପାଇ ଉତ୍ତମ ରୋଜଗାର କରି ପାରିବେ। ଦାମ୍ପତ୍ୟସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କର୍କଟ:-ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ। ପ୍ରତିବେଶୀଙ୍କ ସହ ମନାନ୍ତର ମତାନ୍ତର ମେଣ୍ଟି ଯାଇ ପାରେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ:-ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ କୌଶଳକ୍ରମେ ସମାଧାନ କରିବେ। କାର୍ଯ୍ୟ କ୍ଷେତ୍ରରେ ଗୁରୁଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଶିକ୍ଷା କ୍ଷେତ୍ରରେ ପରିଣାମ ଅନୁକୂଳ ହେବ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖି ପାରନ୍ତି। ସମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା କ୍ଷେତ୍ରରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ଆର୍ଥିକ ସମସ୍ୟା ସମାଧାନ ହୋଇ ବ୍ୟବସାୟରେ ସଫଳତା ମିଳିବା ସହ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ସହକର୍ମୀଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ସାହିତ୍ୟ ଓ କଳା କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଂଘର୍ଷ ଦ୍ଵାରା ସଫଳତା ପାଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶାରୀରିକ ସୁସ୍ଥତା ଅନୁଭବ କରିବେ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ପରିବାରରେ ମନୋମାଳିନ୍ୟ ଦୂରେଇ ଯାଇ ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ କରିବାକୁ ତତ୍ପର ହେବେ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!