ଦୈନିକ ରାଶିଫଳ: 25 ଜାନୁୟାରୀ 2025, ଶନିବାର, ଶନିଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ସାମାନ୍ୟ ବ୍ୟତିକ୍ରମ ପରିଲିକ୍ଷିତ ହେଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗିପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତର ଇତ୍ୟାଦି ହୋଇଥିଲେ କର୍ମକ୍ଷେତ୍ରରେ ପଦୋନ୍ନତି ସହଜ ସରଳରେ ହୋଇ ପାରିବ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ନିଜର ପ୍ରଭାବ, ପରାକ୍ରମ ବୃଦ୍ଧି ପାଇବା ସହ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କର୍କଟ:-ଶାରୀରିକ କଷ୍ଟ ଦୂର ହୋଇ ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ।

ସିଂହ:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସ୍ଵାସ୍ଥ୍ୟରେ ଆବନ୍ନତି ଦେଖା ଦେଇପାରେ ବା ରକ୍ତଚାପ, ମଧୁମେହ, ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ସ୍ୱାସ୍ଥ୍ୟରେ ସୁଧାର ଆସିବା ସହ ନୂଆ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ପାରିବାରିକ ସମସ୍ୟା ସୁଧାରୀ ନେଇ ହସ ଖୁସିରେ ଚଳିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟକୁ ବଢେଇବା ସହଜ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଶତୃମାନେ ଦୂରେଇ ଯିବେ ଓ କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଶାରୀରିକ ଅସୁସ୍ଥତା ଦୂରେଇ ଯାଇ ସ୍ୱାସ୍ଥ୍ୟ ଭଲ ରହିବ। ସରକାରୀ କାମରେ ସଫଳତା ମିଳିବା ସହ ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ। ପ୍ରେମ ପ୍ରସଙ୍ଗରେ ଶୁଭ ସୂଚନା ଶୁଣିବାକୁ ପାଇବେ। ପାରିବାରିକ ମାମଲା ବହୁତ ଆନନ୍ଦ ଦାୟକ ରହିବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ।

ମକର:-ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତିହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହୋଇ ମାନସିକ ଚିନ୍ତା ଦୂର ହେବ। ବିଦ୍ୟାକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଶରୀର ଓ ମନ ଭଲ ରହିବ। ବିଦେଶ ଯାତ୍ରାରେ ସଫଳ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ବିଶେଷ ଉପକୃତ ହେବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବ୍ୟବସାୟୀ ମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ। ଗୋ-ସଂପଦ, ଭୂମି, ବସ୍ତ୍ରଆଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ। ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ।

ମୀନ:-ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗରେ ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଗୁରୁଜନଙ୍କ ପରାମର୍ଶରେ ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ।ସାଙ୍ଗସାଥିମାନେ ସାହାଯ୍ୟ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!