ଦୈନିକ ରାଶିଫଳ: 25 ଜୁନ୍ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ଜୀବନସାଥିଙ୍କ ସହିତ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥି ରହିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଅନ୍ୟମାନଙ୍କ ଠାରୁ ପରାମର୍ଶ ନେବା ଅପେକ୍ଷା ନିଜର ଚିନ୍ତାଧାରାକୁ ଅଧିକ ପ୍ରାଧାନ୍ୟ ଦିଅନ୍ତୁ। କାର୍ଯ୍ୟାଳୟରେ ଉଚ୍ଚପଦସ୍ଥ କର୍ମକର୍ତ୍ତାମାନେ ଆପଣଙ୍କ ଉପରେ ସନ୍ତୁଷ୍ଟ ହେବେ। କଠିନ ପରିସ୍ଥିତିରେ ପ୍ରିୟଜନଙ୍କୁ ସାହାଯ୍ୟ କରିଥିବାରୁ ପ୍ରଶଂସିତ ହେବେ।ବ୍ୟବସାୟୀମାନେ କଠିନ ପରିଶ୍ରମ କରିବା ଫଳରେ ବିଶେଷ ଲାଭ ପାଇବେ। ପିଲାମାନଙ୍କ କାର୍ଯ୍ୟକଳାପ ଉପରେ ନଜର ରଖି ଖୁସିହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ସମ୍ପର୍କୀୟଙ୍କ ସହ ବାଦବିବାଦର ସମାଧାନ ହୋଇ ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଜାଗାଜମି, ସମ୍ପତ୍ତିଆଦି କ୍ରୟ ବିକ୍ରୟରୁ ପ୍ରବଳ ଲାଭ ପାଇବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଶତୃଙ୍କ ଠାରୁ ସାହାଯ୍ୟ ପାଇବେ। ଉଧାର ଦେଇଥିବା ଟଙ୍କା ମିଳି ଯିବା ଫଳରେ ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି। ନୂତନ ଚିନ୍ତାଧାରା ଏବଂ କାର୍ଯ୍ୟ ଶୈଳୀର ପରାକାଷ୍ଠା ଯୋଗେ ବିଶେଷ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଭୌତିକ ସୁଖସୁବିଧା ସାଧନର ବୃଦ୍ଧି ହେବ। ପ୍ରେମୀକା ପ୍ରେମିକଙ୍କ ମଧୁର ମିଳନରେ କୌଣସି ବାଧାବନ୍ଧନ ନାହିଁ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇ ଯିବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ସୁବକ୍ତା ଓ ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ ଅବସ୍ଥା ଭଲ ରହିବ। ବ୍ୟବସାୟରେ ଆଶା କରାଯାଉଥିବା ଠାରୁ ଅଧିକ ଲାଭ ପାଇବେ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବିଦ୍ୟାର୍ଥୀ ମାନଙ୍କୁ ଶୁଭସୂଚନା ପ୍ରାପ୍ତ ହେବ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି ପାଇବ। ନିଜର ଆତ୍ମନିରୀକ୍ଷଣ ଦ୍ଵାରା ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନ ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ସାମାଜିକ କାର୍ଯ୍ୟରେ ନିଜର ସକ୍ରିୟତା ବୃଦ୍ଧି ପାଇବା ଫଳରେ ସମ୍ମାନିତ ହେବେ। ବ୍ୟବସାୟରେ କରିଥିବା ପରିଶ୍ରମର ଫଳ ବିସ୍ତାର ରୂପରେ ପାଇବେ। ନୂତନ ଉଦ୍ୟୋଗ ଆରମ୍ଭ କରିବା ଫଳରେ ନିଜର ଦକ୍ଷତା ବୃଦ୍ଧି ପାଇବ। ଗୋଷ୍ଠୀ କାର୍ଯ୍ୟରେ ଅଂଶଗ୍ରହଣ କରି, ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ। ନୂତନ ଯାନ କିଣି ପାରିବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶରୀର ସୁସ୍ଥ ରହିବ ଓ ଦାମ୍ପତ୍ୟଜୀବନ ଅତ୍ୟନ୍ତ ଆନନ୍ଦଦାୟକ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ଯାନ ବାହନ ସୁଖ ମିଳିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ପରିଚାଳନା ସମ୍ବନ୍ଧୀୟ କାର୍ଯ୍ୟରେ ସଫଳତା ପାଇ ମାନସିକ ଶାନ୍ତି ଦେଖାଦେବ। ରାଜନୀତିରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-ସହଭାଗୀତା ବ୍ୟବସାୟରେ ଆପଣ ଭଲ ଲାଭ ପାଇବେ। ଲୋକମାନେ ଆପଣଙ୍କ ନେତୃତ୍ୱ ଓ ଦକ୍ଷତାକୁ ପ୍ରଶଂସା କରିବେ।ପିଲାମାନେ କ୍ୟାରିଅରରେ ଭଲ ଲାଭ ପାଇ ନିଜକୁ ଗର୍ବିତ ଅନୁଭବ କରିବେ। ଅଦାଲତ ସଂପର୍କରେ ଆପଣ ନିଶ୍ଚିତ ଭାବରେ ସଫଳତା ପାଇବେ। ରୋଜି ରୋଜଗାର ପାଇଁ ଆଜି ଉପଯୁକ୍ତ ସମୟ। ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ମିଳିବ। ଉଚ୍ଚ ରାଜକୀୟ ଅଧିକାରୀଙ୍କ ସହିତ ଭେଟ ହେବ ଓ ନିଜର କାମ ସମ୍ପନ୍ନ କରିବେ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ବିଚକ୍ଷଣ ଚିନ୍ତାଧାରାକୁ ପ୍ରୟୋଗ କରି ଜୀବନର କିଛି ତିକ୍ତ ସତ୍ୟ ଅନୁଭୂତ ହେବ। ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ପ୍ରାପ୍ତି ପାଇଁ ପ୍ରଯତ୍ନ ଶୀଳ ରହିବେ। କିନ୍ତୁ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନନିବେଶ କରି ସଫଳତା ପାଇବେ। ଆତ୍ମବିଶ୍ୱାସର ସହିତ କାର୍ଯ୍ୟ ଉପରେ ଧ୍ୟାନ ଦିଅନ୍ତୁ ସବୁକାର୍ଯ୍ୟ ସୁରୁଖୁରୁରେ ହୋଇଯିବ। ବ୍ୟବସାୟୀ ମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ। ଜୀବନସାଥିଙ୍କ ସମର୍ଥନ ଆପଣଙ୍କ ଚିନ୍ତାକୁ ହ୍ରାସ କରିବ ଓ ସୁଖଶାନ୍ତିବଜାୟ ରଖିବେ। ବନ୍ଧୁ ବାନ୍ଧବ ଓ ଶୁଭେଚ୍ଛୁମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-ଦୃଢସଂକଳ୍ପ ନେଇ ନୂତନ କାର୍ଯ୍ୟ ଆରମ୍ଭ କରିବାର ଯୋଜନା ପ୍ରସ୍ତୁତ କରି ପାରିବେ। ନିଜର ଜରୁରୀ କାମ କରିବା ପାଇଁ ପ୍ରୟାସରତ ରହିବେ। ମାନସିକ ଶାନ୍ତି ମିଳିବ। ଶତୃମାନେ ଦୂରେଇଯିବେ। ବନ୍ଧୁବାନ୍ଧବଙ୍କ ଠାରୁ କୌଣସି ଶୁଭ ସମାଚାର ଶୁଣିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିତ ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। କୌଣସି ବରିଷ୍ଠ ରାଜନେତା ବା ଅଧିକାରୀ ଦେଖାହେବା ଫଳରେ ପ୍ରଚୁର ଲାଭ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!