ଦୈନିକ ରାଶିଫଳ: 25 ଜୁଲାଇ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଅଧିକାରୀଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ରାଜନୀତି କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ବ୍ୟବସାୟରେ କର୍ତ୍ତବ୍ୟନିଷ୍ଠା ରକ୍ଷାକରିଲେ ଲାଭବାନ ହେବେ। ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। କୌଣସି କାଗଜରେ ନପଢି ନବୁଝି ଦସ୍ତଖତ ନକରିବା ଉଚିତ୍। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ବାଦବିବାଦ, ମାଲିମୋକଦ୍ଦମା ପରୀକ୍ଷା ପ୍ରତିଯୋଗୀତାରେ ବିଜୟୀ ହେବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ଛାତ୍ରଛାତ୍ରୀମାନେ ସାହିତ୍ୟଚର୍ଚ୍ଚା ଓ ବିଦ୍ୟାରେ ସଫଳ ହେବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ବିଦ୍ୟା କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଶତ୍ରୁହାନୀ, ଶରୀରସୁସ୍ଥ ରହିବାସହ ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ଶ୍ରମ ସାର୍ଥକ ହୋଇ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ସରକାରୀ କାମରେ ସଫଳତା ପାଇବା ଫଳରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ସାମାଜିକ କାର୍ଯ୍ୟରେ ସମୟ ବିତେଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ ଓ ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସଫଳତା ପାଇ, ସମୟ ହସ ଖୁସିରେ ବିତିବ। ସନ୍ତାନମାନେ ଉଚିତ୍ପନ୍ଥା ଗ୍ରହଣ କରି ମାନସିକ ଶାନ୍ତି ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଧୀରେସୁସ୍ଥେ ଗତିକରି କାମ ହାସଲ କରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ତୁଳା:-ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପରିବାର ଭିତରେ ଜଗିରଖି ନ ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା କଳହ ସୃଷ୍ଟି ହୋଇପାରେ। ଦୂରସ୍ଥାନକୁ ଯାତ୍ରାକଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହୋଇ ଉନ୍ନତି ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:- କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକୂଳ ପରିସ୍ଥିତି ଦୂରେଇ ଯାଇ ନିଜ ଲୋକମାନଙ୍କ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ। ଅଫିସରେ ନିଜର ପ୍ରତ୍ୟୁତ୍ମନ ମତିତା କାରଣରୁ ଟେନସନ୍ ଦୂର ହୋଇ ମଉଜ ମଜଲିସ୍ କରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ବ୍ୟବସାୟରେ ସୁଯୋଗ ପାଇ ସଫଳତା ଅର୍ଜନ କରିବେ। ସନ୍ତାନ ସୁଖ ମିଳିବ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। କୋର୍ଟ କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ବ୍ୟସ୍ତତା ବଢିଯିବ। ସମସ୍ତ କର୍ମ କଷ୍ଟରେ ହିଁ ସମ୍ପନ୍ନ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହୋଇପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ ଓ ପାରିବାରିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ନୂଆ ବେପାରୀଙ୍କ ସହ ଯୋଗାଯୋଗ କରି ନୂତନ ବ୍ୟବସାୟର ଯୋଜନା କରିବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ। ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!