ଦୈନିକ ରାଶିଫଳ: 25 ଡିସେମ୍ବର 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପରିବାରରେ ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ କାର୍ଯ୍ୟରେ ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଶିକ୍ଷାକ୍ଷେତ୍ରରେ ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ଆଦର୍ଶବାଦୀ ହେଲେବି ତଳସ୍ତରରେ ପ୍ରଶଂସିତ ହେବେ। ସାମ୍ବାଦିକ ମାନେ ଶୁଭ ସମାଚାର ପାଇବେ। ପ୍ରେମ କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ରାଜନୈତିକ କ୍ଷେତ୍ରର ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀ ହେବେ। ମନୋରଞ୍ଜନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ଘରୋଇ କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ସାଧାରଣବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସରକାରୀ କାମରେ ସଫଳତା ପାଇବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ଘରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି। ରାଜନୀତି କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନଲାଭ ଓ ବହୁବିଧ ସୁଯୋଗ ପାଇବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ।ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ବନ୍ଧୁ, ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଯୋଗେ ମନ ଖୁସି ରହିବ।ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରି ପାରନ୍ତି। ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ବ୍ୟବସାୟରେ ଆଶାତୀତ ଲାଭପାଇ ଲକ୍ଷ ହାସଲ କରିବାରେ ସମର୍ଥ ହେବେ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!